ଆଜି ମୟୂରଭଞ୍ଜରେ ଏନ୍‌ଏସ୍‌ଏସ୍‌ଏଚ୍‌ କର୍ମଶାଳା

ଭୁବନେଶ୍ୱର,୨୭।୧୨: ଦେଶର ବିକାଶ ପାଇଁ ସରକାର ଅନେକ ଯୋଜନା କରୁଛନ୍ତି ହେଲେ ଉକ୍ତ ଯୋଜନାର ଠିକ୍‌ ପରିଚାଳନାର ଅଭାବ ଯୋଗୁ ବାସ୍ତବ ଆଭିମୁଖ୍ୟ ଓ ପ୍ରକୃତ ଲାଭ ହିତାଧିକାରୀ ପାଇପାରୁ ନାହାନ୍ତି। ବିଶେଷକରି କେନ୍ଦ୍ର ସରକାରଙ୍କ ସୂକ୍ଷ୍ମ, ଲଘୁ ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ମନ୍ତ୍ରଣାଳୟର ଅଂଶୀଦାର ସଂସ୍ଥା ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମ ଲିମିଟେଡ ଏନଏସ୍‌ଆଇସି ଅଧୀନରେ କାର୍ଯ୍ୟ କରୁଥିବା ଜାତୀୟ ଏସସି-ଏସଟି ହବ୍‌ (ଏନ୍‌ଏସ୍‌ଏସ୍‌ଏଚ) ପକ୍ଷରୁ ମଙ୍ଗଳବାର ଏକ ରାଜ୍ୟ ସ୍ତରୀୟ କର୍ମଶାଳା ଓ ପ୍ରଦର୍ଶନୀ ମୟୂରଭଞ୍ଜର ଶହୀଦ ସ୍ମୃତି ଭବନ,ମେହେର କଲୋନୀ, ବାରିପଦାଠାରେ ଆୟୋଜନ କରାଯାଇଛି। ଉକ୍ତ କର୍ମଶାଳା ଓ ପ୍ରଦର୍ଶନୀରେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ରାଷ୍ଟ୍ରାୟତ୍ତ କମ୍ପାନୀ ଓ ବ୍ୟାଙ୍କଗୁଡିକ ମଧ୍ୟ ଉକ୍ତ କର୍ମଶାଳା ଓ ପ୍ରଦର୍ଶନୀରେ ଅଂଶଗ୍ରହଣ କରୁଛନ୍ତି। ଫଳରେ ରାଜ୍ୟରେ ବସବାସ କରୁଥିବା ଏସ୍‌ସି-ଏସ୍‌ଟି ବର୍ଗର ଲୋକଙ୍କ ସମେତ ସାଧାରଣ ଲୋକ ମଧ୍ୟ ଉକ୍ତ କର୍ମଶାଳାରେ ସାମିଲ ହୋଇ ସରକାର ଓ ଏନ୍‌ଏସ୍‌ଏସ୍‌ଏଚ୍‌ ଦ୍ୱାରା ପ୍ରଦାନ ବିଭିନ୍ନ ସେବା ଓ ସୁବିଧା ସମ୍ପର୍କରେ ଅବଗତ ହେବା ସହ ଉକ୍ତ ଯୋଜନାର ଲାଭ ଉଠାଇବାକୁ କୁହାଯାଇଛି। ଏପରିକି ସୋମବାର ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନସ୍ଥିତ ପ୍ରେସ କ୍ଲବ ପରିସରରେ ଏନ୍‌ଏସ୍‌ଏସ୍‌ଏଚ୍‌ ପକ୍ଷରୁ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଏନ୍‌ଏସ୍‌ଏସ୍‌ଏଚ୍‌ର ବିଭିନ୍ନ ଲାଭକାରୀ ଯୋଜନାର ଲାଭ ଉଠାଇବାକୁ ଏନଏସଆଇସିର ମହାପ୍ରବନ୍ଧକ-ଏସଜି (ଏନ୍‌ଏସ୍‌ଏସ୍‌ଏଚ୍‌) କେ.କେ. ଶର୍ମା ବିସ୍ତୃତ ସୂଚନା ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏନ୍‌ଏସ୍‌ଏସ୍‌ଏଚ୍‌ର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri