Posted inଜାତୀୟ

୨୦୨୫ରେ ପୁନର୍ଗଠନ ହେବ ଏନ୍‌ଟିଏ

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ୨୦୨୫ରୁ ସବୁ ନିଯୁକ୍ତି ପରୀକ୍ଷା ପରିଚାଳନା କରିବ ନାହିଁ। ଏହା କେବଳ ଉଚ୍ଚତର ଶିକ୍ଷା ପ୍ରବେଶିକା ପରୀକ୍ଷା ଉପରେ ଧ୍ୟାନ କେନ୍ଦ୍ରିତ କରିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଘୋଷଣା କରିଛନ୍ତି। ଆସନ୍ତାବର୍ଷ ଏନ୍‌ଟିଏ ପୁନର୍ଗଠିତ ହେବା ସହ ନୂଆ ପଦବୀ ସୃଷ୍ଟି ହେବ। ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଗତବର୍ଷ ଅନୁଷ୍ଠିତ ଜାତୀୟ ଯୋଗ୍ୟତା ତଥା ପ୍ରବେଶିକା ପରୀକ୍ଷା (ଏନ୍‌ଇଇଟି)ରେ ପ୍ରଶ୍ନପତ୍ର ଲିକ୍‌ ହେବା ଓ ଅନ୍ୟାନ୍ୟ ତ୍ରୁଟି କାରଣରୁ ପରୀକ୍ଷାକୁ ବାରମ୍ବାର ବାତିଲ କରିବାକୁ ପଡ଼ିଥିଲା। ପରୀକ୍ଷା ବ୍ୟବସ୍ଥାରେ ସଂସ୍କାର ଆଣିବା ପାଇଁ ଇସ୍ରୋର ପୂର୍ବତନ ମୁଖ୍ୟ ଆର୍‌. ରାଧାକ୍ରିଷ୍ଣନଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚସ୍ତରୀୟ କମିଟିର ସୁପାରିସକ୍ରମେ ସରକାର ଏନ୍‌ଟିଏ ପୁନର୍ଗଠନ କରିବାକୁ ଯାଉଛନ୍ତି। ଏନ୍‌ଇଇଟି ପୂର୍ବଭଳି କାଗଜ କଲମରେ ହେବ ନା କମ୍ପ୍ୟୁଟର ଭିତ୍ତିକ ପରୀକ୍ଷା (ସିବିଟି)କୁ ପରିବର୍ତ୍ତନ କରାଯିବ, ସେନେଇ ଶିକ୍ଷା ମନ୍ତ୍ରଣାଳୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସହ ପରାମର୍ଶ କରୁଛି। କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ଅଣ୍ଡରଗ୍ରାଜୁଏଟ୍‌ (ସିୟୁଇଟି-ୟୁଜି) ପୂର୍ବଭଳି ବର୍ଷକୁ ଥରେ ହେବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri