Posted inଜାତୀୟ

୧୨ରୁ ୧୭ବର୍ଷର ପିଲାଙ୍କ ପାଇଁ କୋଭୋଭାକ୍ସକୁ ଏନ୍‌ଟିଏଜିଆଇର ଅନୁମତି

ନୂଆଦିଲ୍ଲୀ,୨୯।୪: ଦେଶରେ ପୁଣି ଥରେ କରୋନା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନ ହେଲା ହଜାରେରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶୁକ୍ରବାର ୩ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକଣା କୋହଳ ହେବା ପରେ ସମସ୍ତ ରାଜ୍ୟରେ ସ୍କୁଲ ଖୋଲିଥିବା ବେଳେ ଏବେ ପୁଣି କରୋନା ଚିନ୍ତା ବଢ଼ାଇଦେଇଛି। ତେବେ ପିଲାଙ୍କ ଟିକାକରଣକୁ ତ୍ୱରାନିତ୍ୱ କରିବା ଲାଗି ସରକାର ବିଭିନ୍ନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ଇତିମଧ୍ୟରେ ପିଲାମାନଙ୍କର ଟିକାକରଣ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। ଜାତୀୟ ବୈଷୟିକ ପରାମର୍ଶଦାତା ଗୋଷ୍ଠୀ (ଏନ୍‌ଟିଏଜିଆଇ) ୧୨ରୁ ୧୭ ବର୍ଷ ବୟସ ପିଲାଙ୍କ ପାଇଁ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆର କରୋନା ଟିକା କୋଭୋଭାକ୍ସକୁ ଅନୁମୋଦନ ପ୍ରଦାନ କରିଛି। ଏହି ଟିକା ଅନୁମୋଦନ ହେବା ପରେ ପିଲାମାନଙ୍କର ଟିକାକରଣ ପାଇଁ ରାସ୍ତା ସହଜ ହେବ। ସୂଚନା ମୁତାବକ ଦେଶରେ ଟିକାକରଣ ଅଭିଯାନ ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଜାତୀୟ ବୈଷୟିକ ପରାମର୍ଶଦାତା ଗୋଷ୍ଠୀ (ଏନ୍‌ଟିଏଜିଆଇ) ସରକାରଙ୍କୁ ପରାମର୍ଶ ଦେଇଥାଏ। ତେବେ ଏନ୍‌ଟିଏଜିଆଇର ସୁପାରିଶ ପରେ, ଏହି ପ୍ରସ୍ତାବ ସରକାରଙ୍କ ନିକଟକୁ ଯିବ। ଏହାପରେ ଏହି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡିସିଜିଆଇ ମଞ୍ଜୁରୀ ପ୍ରଦାନ କରିବ। ସୂଚନାଯୋଗ୍ୟ, ଭାରତ ମାର୍ଚ୍ଚ ୧୬ରୁ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କର ଟିକାକରଣ ଆରମ୍ଭ କରିଛି। ବାୟୋଲୋଜିକାଲ-ଇ ର କୋର୍ଭେଭାକ୍ସ ଟିକାକୁ ବର୍ତ୍ତମାନ ପିଲାମାନଙ୍କ ଟିକାକରଣରେ ବ୍ୟବହୃତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧିନତା ଦାବିରେ  ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri