Posted inଜାତୀୟ

୧୨ରୁ ୧୭ବର୍ଷର ପିଲାଙ୍କ ପାଇଁ କୋଭୋଭାକ୍ସକୁ ଏନ୍‌ଟିଏଜିଆଇର ଅନୁମତି

ନୂଆଦିଲ୍ଲୀ,୨୯।୪: ଦେଶରେ ପୁଣି ଥରେ କରୋନା ପ୍ରକୋପ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନ ହେଲା ହଜାରେରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଶୁକ୍ରବାର ୩ହଜାରରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକଣା କୋହଳ ହେବା ପରେ ସମସ୍ତ ରାଜ୍ୟରେ ସ୍କୁଲ ଖୋଲିଥିବା ବେଳେ ଏବେ ପୁଣି କରୋନା ଚିନ୍ତା ବଢ଼ାଇଦେଇଛି। ତେବେ ପିଲାଙ୍କ ଟିକାକରଣକୁ ତ୍ୱରାନିତ୍ୱ କରିବା ଲାଗି ସରକାର ବିଭିନ୍ନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ଇତିମଧ୍ୟରେ ପିଲାମାନଙ୍କର ଟିକାକରଣ ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି। ଜାତୀୟ ବୈଷୟିକ ପରାମର୍ଶଦାତା ଗୋଷ୍ଠୀ (ଏନ୍‌ଟିଏଜିଆଇ) ୧୨ରୁ ୧୭ ବର୍ଷ ବୟସ ପିଲାଙ୍କ ପାଇଁ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆର କରୋନା ଟିକା କୋଭୋଭାକ୍ସକୁ ଅନୁମୋଦନ ପ୍ରଦାନ କରିଛି। ଏହି ଟିକା ଅନୁମୋଦନ ହେବା ପରେ ପିଲାମାନଙ୍କର ଟିକାକରଣ ପାଇଁ ରାସ୍ତା ସହଜ ହେବ। ସୂଚନା ମୁତାବକ ଦେଶରେ ଟିକାକରଣ ଅଭିଯାନ ସହିତ ଜଡିତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଜାତୀୟ ବୈଷୟିକ ପରାମର୍ଶଦାତା ଗୋଷ୍ଠୀ (ଏନ୍‌ଟିଏଜିଆଇ) ସରକାରଙ୍କୁ ପରାମର୍ଶ ଦେଇଥାଏ। ତେବେ ଏନ୍‌ଟିଏଜିଆଇର ସୁପାରିଶ ପରେ, ଏହି ପ୍ରସ୍ତାବ ସରକାରଙ୍କ ନିକଟକୁ ଯିବ। ଏହାପରେ ଏହି ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡିସିଜିଆଇ ମଞ୍ଜୁରୀ ପ୍ରଦାନ କରିବ। ସୂଚନାଯୋଗ୍ୟ, ଭାରତ ମାର୍ଚ୍ଚ ୧୬ରୁ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କର ଟିକାକରଣ ଆରମ୍ଭ କରିଛି। ବାୟୋଲୋଜିକାଲ-ଇ ର କୋର୍ଭେଭାକ୍ସ ଟିକାକୁ ବର୍ତ୍ତମାନ ପିଲାମାନଙ୍କ ଟିକାକରଣରେ ବ୍ୟବହୃତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?