ଏମ୍‌କେସିଜିରେ ଇଣ୍ଟର ମେଡିସ ପ୍ରତିଯୋଗିତା: ଆକ୍ରମଣ ପରେ କଟକ ମେଡିକାଲ ଛାତ୍ର ଫେରିଗଲେ

ବ୍ରହ୍ମପୁର,୧୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ କଲେଜରେ ସୋମବାର ବିଳମ୍ବିତ ରାତିରେ କଟକ ମେଡିକାଲ ଛତ୍ରଙ୍କୁ ଆକ୍ରମଣ ହୋଇଛି। ଚିକିତ୍ସିତ ହୋଇ ସେମାନେ କଟକ ଫେରି ଯାଇଛନ୍ତି। ଏଭଳି ଘଟଣା ଘଟିବା ପରେ  ଏମକେସିଜି ମେଡିକାଲ କଲେଜ ଡିନ ପ୍ରଫେସର ଗୀତାଞ୍ଜଳି ଦାଶ  ଏହାକୁ ନିନ୍ଦା କରିଛନ୍ତି। ଇଣ୍ଟର ମେଡିସ ପ୍ରତିଯୋଗିତା ମେଡିକାଲ ଛାତ୍ର ଛାତ୍ରଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ ପାଇଁ ଅନୁଷ୍ଠିତ ହୋଇଥାଏ। ହେଲେ ଅନ୍ୟ ମେଡିକାଲ କଲେଜ ଛାତ୍ରଙ୍କୁ ଆକ୍ରମଣ ଘଟଣା ପାଇଁ ସେ ଦୁଃଖ ପ୍ରକାଶ କରିଛନ୍ତି।
ସୋମବାର ରାତିରେ ବୁର୍ଲା ମେଡିକାଲ କଲେଜ ଛାତ୍ର ଏମକେସିଜିରେ ପହଞ୍ଚିଥିଲେ। ହେଲେ ସେଠାରେ ଦୁଇ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ହାଁମୁହିଁ ସ୍ଥିତି  ହୋଇଥିବା ଖବର ପାଇ ସେ ସେଠାରେ ପହଞ୍ଚିଥିଲେ। ସେଠାରେ ସ୍ଥିତି ସ୍ବାଭାବିକ ରହିଥିବା ସେ ଜାଣିବାକୁ ପାଇଥିଲେ। ପରେ କଟକ ମେଡିକାଲ କଲେଜ ଛାତ୍ର ପହଞ୍ଚିଥିଲେ। ତେବେ ତାଙ୍କୁ ସ୍ବାଗତ ବେଳେ ପଥର ମାଡ଼  ହୋଇଥିଲା। ପରେ ସେମାନଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନେ କଟକ ଫେରିଯାଇଛନ୍ତି ବୋଲି ସେ ଜାଣିବାକୁ ପାଇଥିଲେ । ଏଭଳି ଏକ ଦୁଃଖଦ ଘଟଣା ପରେ  ଡିନ ଦାଶ  ଅପରାର୍ହ୍ନ ୪ଟା ବେକେ ଏନେଇ ଏକ କାଉନ୍ସିଲ ବୈଠକ ଡାକିଛନ୍ତି। ଆଗକୁ ଏଭଳି ଇଣ୍ଟର ମେଡିସ ପ୍ରତିଯୋଗିତା କରାଯିବ ନାହିଁ ବୋଲି ସେ କହିଛନ୍ତି। ପୂର୍ବରୁ ୨ ବର୍ଷ ତଳେ ବୁର୍ଲା ମେଡିକାଲ କଲେଜରେ ପ୍ରତିଯୋଗିତାରେ ଭାଗ ନେବାକୁ ଯାଇଥିବା ଏମକେସିଜିର ଛାତ୍ରଙ୍କୁ ସ୍ବାଗତ ନାଁରେ ଆକ୍ରମଣ କରାଯାଇଥିବା ଅଭିଯୋଗ ରହିଥିଲା ।

Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri