ଏମ୍‌କେସିଜିରେ ଇଣ୍ଟର ମେଡିସ ପ୍ରତିଯୋଗିତା: ଆକ୍ରମଣ ପରେ କଟକ ମେଡିକାଲ ଛାତ୍ର ଫେରିଗଲେ

ବ୍ରହ୍ମପୁର,୧୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମକେସିଜି) ମେଡିକାଲ କଲେଜରେ ସୋମବାର ବିଳମ୍ବିତ ରାତିରେ କଟକ ମେଡିକାଲ ଛତ୍ରଙ୍କୁ ଆକ୍ରମଣ ହୋଇଛି। ଚିକିତ୍ସିତ ହୋଇ ସେମାନେ କଟକ ଫେରି ଯାଇଛନ୍ତି। ଏଭଳି ଘଟଣା ଘଟିବା ପରେ  ଏମକେସିଜି ମେଡିକାଲ କଲେଜ ଡିନ ପ୍ରଫେସର ଗୀତାଞ୍ଜଳି ଦାଶ  ଏହାକୁ ନିନ୍ଦା କରିଛନ୍ତି। ଇଣ୍ଟର ମେଡିସ ପ୍ରତିଯୋଗିତା ମେଡିକାଲ ଛାତ୍ର ଛାତ୍ରଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ସ୍ଥାପନ ପାଇଁ ଅନୁଷ୍ଠିତ ହୋଇଥାଏ। ହେଲେ ଅନ୍ୟ ମେଡିକାଲ କଲେଜ ଛାତ୍ରଙ୍କୁ ଆକ୍ରମଣ ଘଟଣା ପାଇଁ ସେ ଦୁଃଖ ପ୍ରକାଶ କରିଛନ୍ତି।
ସୋମବାର ରାତିରେ ବୁର୍ଲା ମେଡିକାଲ କଲେଜ ଛାତ୍ର ଏମକେସିଜିରେ ପହଞ୍ଚିଥିଲେ। ହେଲେ ସେଠାରେ ଦୁଇ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ହାଁମୁହିଁ ସ୍ଥିତି  ହୋଇଥିବା ଖବର ପାଇ ସେ ସେଠାରେ ପହଞ୍ଚିଥିଲେ। ସେଠାରେ ସ୍ଥିତି ସ୍ବାଭାବିକ ରହିଥିବା ସେ ଜାଣିବାକୁ ପାଇଥିଲେ। ପରେ କଟକ ମେଡିକାଲ କଲେଜ ଛାତ୍ର ପହଞ୍ଚିଥିଲେ। ତେବେ ତାଙ୍କୁ ସ୍ବାଗତ ବେଳେ ପଥର ମାଡ଼  ହୋଇଥିଲା। ପରେ ସେମାନଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ସେମାନେ କଟକ ଫେରିଯାଇଛନ୍ତି ବୋଲି ସେ ଜାଣିବାକୁ ପାଇଥିଲେ । ଏଭଳି ଏକ ଦୁଃଖଦ ଘଟଣା ପରେ  ଡିନ ଦାଶ  ଅପରାର୍ହ୍ନ ୪ଟା ବେକେ ଏନେଇ ଏକ କାଉନ୍ସିଲ ବୈଠକ ଡାକିଛନ୍ତି। ଆଗକୁ ଏଭଳି ଇଣ୍ଟର ମେଡିସ ପ୍ରତିଯୋଗିତା କରାଯିବ ନାହିଁ ବୋଲି ସେ କହିଛନ୍ତି। ପୂର୍ବରୁ ୨ ବର୍ଷ ତଳେ ବୁର୍ଲା ମେଡିକାଲ କଲେଜରେ ପ୍ରତିଯୋଗିତାରେ ଭାଗ ନେବାକୁ ଯାଇଥିବା ଏମକେସିଜିର ଛାତ୍ରଙ୍କୁ ସ୍ବାଗତ ନାଁରେ ଆକ୍ରମଣ କରାଯାଇଥିବା ଅଭିଯୋଗ ରହିଥିଲା ।

Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri