୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି ଅଭିଯୋଗ ହେଉଛି ା ଫାଣ୍ଡି ପରିସରରେ ଥିବା ଆଜବେଷ୍ଟସ ଗୃହଗୁଡିକ ଭଙ୍ଗା ଦଦରା ଅବସ୍ଥାରେ ରହିଛି ା ଛାତରେ ବ୍ୟବହୃତ କଢି,ସିଲିଂ ବିପଦସଙ୍କୁଳ ଅବସ୍ଥାରେ ଅଛି ା ବର୍ଷା ଦିନେ ଛାତରୁ ପାଣି ଝରୁଛି ା ଫାଣ୍ଡି ଅଧିକାରୀଙ୍କ ପାଇଁ ଉର୍ଦ୍ଦିଷ୍ଟ କ୍ୱାର୍ଟର୍ସଟି ପୂର୍ବତନ ଫାଣ୍ଡି ଅଧିକାରୀଙ୍କ କବ୍‌ଜାରେ ଥିବାରୁ ନୂଆ ଫାଣ୍ଡି ଅଧିକାରୀ ଏକ ଘରେ ରହୁଛନ୍ତି ା
ଦୀର୍ଘ ୩୫ ବର୍ଷ ଧରି ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଖଣ୍ଡପଡ଼ା ଥାନା ଅଧୀନ ନୂଆଗଡିଆ ସାହି ଫାଣ୍ଡି ା ଏକ ଭଡାଘରେ ଫାଣ୍ଡିଟି ଚାଲିଛି ା କର୍ମଚାରୀମାନେ ମଧ୍ୟ ଆଖପାଖ ଅଞ୍ଚଳରେ ଘର ଭଡାନେଇ ରହୁଛନ୍ତି ା ନୂଆଗଡିଆସାହି ଫାଣ୍ଡିର ନିଜସ୍ବ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଅଞ୍ଚଳରେ ସରକାରୀ ଜାଗା ଚିହ୍ନଟ କରାଯିବା ସହ ଏଥି ପାଇଁ ଆବଶ୍ୟକ ଅନୁଦାନ ଅର୍ଥ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁର ହୋଇଛି ା ମାତ୍ର ରାଜସ୍ବ ବିଭାଗ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ନୂଆଗଡିଆସାହି ଫାଣ୍ଡିର ନୂତନ କାର୍ଯ୍ୟାଳୟ ପ୍ରତିଷ୍ଠା ହୋଇ ପାରୁ ନ ଥିବା ବିଶେଷ ସୁତ୍ରରୁ ଜଣାପଡିଛି ା ଫାଣ୍ଡି କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ପ୍ରସ୍ତାବିତ ସ୍ଥାନକୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲରେ ରଖିଥିବାରୁ ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣରେ ବାଧକ ସାଜିଥିବା ଅଭିଯୋଗ ହେଉଛି ା ଆଦିବାସୀ ଅଧ୍ୟୁଷିତ ତଥା ମାଓବାଦୀ ପ୍ରବଣ ଇଲାକାରେ କାର୍ଯ୍ୟ କରୁଥିବା ଏହି ନୂଆଗଡିଆସାହି ଫାଣ୍ଡିର ବିଭିନ୍ନ ସମସ୍ୟା ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ, ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଓ ଜିଲାପାଳ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri