୩୫ ବର୍ଷ ହେଲା ଭଡ଼ା ଘରେ ଚାଲିଛି ନୂଆଗଡ଼ିଆସାହି ଫାଣ୍ଡି

ଖଣ୍ଡପଡ଼ା,୨୧ା୧୨(ସ୍ବ.ପ୍ର.): ଖଣ୍ଡପଡ଼ା ଥାନା ଅଧୀନ କଣ୍ଟିଲୋ ଓ ନୂଆଗଡିଆସାହି ଫାଣ୍ଡି ନାନା ସମସ୍ୟା ମଧ୍ୟରେ ଚାଲିଛି ା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଉଦାସୀନତା ଏଥିପାଇଁ ଦାୟୀ ବୋଲି ଅଭିଯୋଗ ହେଉଛି ା ଫାଣ୍ଡି ପରିସରରେ ଥିବା ଆଜବେଷ୍ଟସ ଗୃହଗୁଡିକ ଭଙ୍ଗା ଦଦରା ଅବସ୍ଥାରେ ରହିଛି ା ଛାତରେ ବ୍ୟବହୃତ କଢି,ସିଲିଂ ବିପଦସଙ୍କୁଳ ଅବସ୍ଥାରେ ଅଛି ା ବର୍ଷା ଦିନେ ଛାତରୁ ପାଣି ଝରୁଛି ା ଫାଣ୍ଡି ଅଧିକାରୀଙ୍କ ପାଇଁ ଉର୍ଦ୍ଦିଷ୍ଟ କ୍ୱାର୍ଟର୍ସଟି ପୂର୍ବତନ ଫାଣ୍ଡି ଅଧିକାରୀଙ୍କ କବ୍‌ଜାରେ ଥିବାରୁ ନୂଆ ଫାଣ୍ଡି ଅଧିକାରୀ ଏକ ଘରେ ରହୁଛନ୍ତି ା
ଦୀର୍ଘ ୩୫ ବର୍ଷ ଧରି ଅବ୍ୟବସ୍ଥା ମଧ୍ୟରେ ଚାଲିଛି ଖଣ୍ଡପଡ଼ା ଥାନା ଅଧୀନ ନୂଆଗଡିଆ ସାହି ଫାଣ୍ଡି ା ଏକ ଭଡାଘରେ ଫାଣ୍ଡିଟି ଚାଲିଛି ା କର୍ମଚାରୀମାନେ ମଧ୍ୟ ଆଖପାଖ ଅଞ୍ଚଳରେ ଘର ଭଡାନେଇ ରହୁଛନ୍ତି ା ନୂଆଗଡିଆସାହି ଫାଣ୍ଡିର ନିଜସ୍ବ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଅଞ୍ଚଳରେ ସରକାରୀ ଜାଗା ଚିହ୍ନଟ କରାଯିବା ସହ ଏଥି ପାଇଁ ଆବଶ୍ୟକ ଅନୁଦାନ ଅର୍ଥ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ମଞ୍ଜୁର ହୋଇଛି ା ମାତ୍ର ରାଜସ୍ବ ବିଭାଗ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ବୟର ଅଭାବ ଯୋଗୁ ନୂଆଗଡିଆସାହି ଫାଣ୍ଡିର ନୂତନ କାର୍ଯ୍ୟାଳୟ ପ୍ରତିଷ୍ଠା ହୋଇ ପାରୁ ନ ଥିବା ବିଶେଷ ସୁତ୍ରରୁ ଜଣାପଡିଛି ା ଫାଣ୍ଡି କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ପ୍ରସ୍ତାବିତ ସ୍ଥାନକୁ କେତେଜଣ ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲରେ ରଖିଥିବାରୁ ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣରେ ବାଧକ ସାଜିଥିବା ଅଭିଯୋଗ ହେଉଛି ା ଆଦିବାସୀ ଅଧ୍ୟୁଷିତ ତଥା ମାଓବାଦୀ ପ୍ରବଣ ଇଲାକାରେ କାର୍ଯ୍ୟ କରୁଥିବା ଏହି ନୂଆଗଡିଆସାହି ଫାଣ୍ଡିର ବିଭିନ୍ନ ସମସ୍ୟା ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ, ନୟାଗଡ଼ ଆରକ୍ଷୀ ଅଧୀକ୍ଷକ ଓ ଜିଲାପାଳ ଦୃଷ୍ଟି ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri