ନୂଆଗଡ ଡେଙ୍ଗାପଦର ରାସ୍ତା କାମ ନିମ୍ନମାନର, କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମିତିସଭ୍ୟ

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ ଥିବା ନୂଆଗଡ ଭାୟା ବିରିପୁର ଡେଙ୍ଗାପଦର ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିର୍ମିତ ହେଉଛି। ତେବେ ହେଉଥିବା ଏହି ରାସ୍ତା କାମ ନିମ୍ନମାନର ହେଉଥିବା ଅଭିଯୋଗ କରି ଏନେଇ ଗୋବରା ସମିତିସଭ୍ୟ ବିଭୂପାଦ ଜେନା କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କୁ ଚିଠି ଲେଖି ଆବଶ୍ୟକ ପଦକ୍ଷେପ ନେବାକୁ ଦାବି କରିଛନ୍ତି। ନଚେତ୍‌ ଆଗାମୀ ଦିନରେ ଅଞ୍ଚଳବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଉକ୍ତ ରାସ୍ତା କାମ ୨୦୨୨ ଜୁନ ମାସରେ ଆରମ୍ଭ ହୋଇଥିବା ବୋର୍ଡରେ ଦର୍ଶାଯାଇଛି। କାମ ସରିବାର ୫ ବର୍ଷ ପର୍ଯ୍ୟନ୍ତ ତାହାର ମରାମତି ଦାୟିତ୍ୱ ଠିକାଦାର କରିବେ। ମାତ୍ର କାମ ନିମ୍ନମାନର ହୋଇଥିବାରୁ ଏହି ରାସ୍ତାର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହା ପୂର୍ବରୁ ଏହି ବିଭାଗ ଅଧୀନରେ ହେଉଥିବା ନୂଆଗଡ ଜାଲଖାଇ ରାସ୍ତାର ବଡନଦୀ ସେତୁ କାମ ସମୟରେ ବିସ୍ଫୋରଣ ଘଟି ଜଣେ ଶ୍ରମିକଙ୍କ ଗତ ୧୫ ତାରିଖରେ ମୃତ୍ୟୁ ଘଟିଥିଲା। ପଥର ଖୋଲିବା ପାଇଁ ବେନିୟମ ଭାବେ ଡିନାମାଇଟ ବ୍ୟବହାର କରାଯାଇଥିବାରୁ ଏପରି ଦୁର୍ଘଟଣା ଘଟିଲା। ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାନ୍ତି ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି। ଏ ସମ୍ପର୍କରେ ଭାରପ୍ରାପ୍ତ ଅଧୀକ୍ଷଣଯନ୍ତ୍ରୀଙ୍କ ମତାମତ ନେବାକୁ ତାଙ୍କ ସରକାରୀ ମୋବାଇଲ ଫୋନ ନମ୍ବର୍‌ରେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଫୋନ ସୁଇଚଅଫ ଥିବାରୁ ମତାମତ ନେବା ସମ୍ଭବ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri