ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି ନକ୍ଷତ୍ରାନୁସାରେ ସମବେତ ପଣ୍ଡିତ ଓ ଜ୍ୟୋତିର୍ୱିଦମାନଙ୍କ ଗଣନାନୁସାରେ ଆସନ୍ତା ୧୫ ତାରିଖ (ମଙ୍ଗଳବାର) ନୂଆଁଖାଇ ସକାଶେ ଲଗ୍ନ ଶୁଭ ହୋଇଛି। ଧାର୍ଯ୍ୟ ଲଗ୍ନକୁ ଆଧାର କରି ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ମଙ୍ଗଳବାର ସକାଳ ୯ଟା ୪୦ ମିନିଟ୍‌ ଗତେ ୯ଟା ୫୪ ମିନିଟ୍‌ ମଧ୍ୟେ ତୁଳା ଲଗ୍ନେ ବୃଷ ନବାଂଶେ ଇଷ୍ଟଦେବୀ ଦେବୀ ସମଲେଇଙ୍କଠାରେ ପ୍ରଥମେ ନବାନ୍ନ ଲାଗିବ। ତେଣୁ ପରମ୍ପରା ଓ ରୀତିନୀତିକୁ ଦୃଷ୍ଟିରେ ରଖି ଇଷ୍ଟ ଦେବୀଙ୍କୁ ନବାନ୍ନ ଭୋଗ ଲାଗିବା ପରେ ଜନସାଧାରଣ ନୂଅଁାଖାଇ ଭୋଗ ଖାଇପାରିବେ ବୋଲି ସ୍ଥିରୀକୃତ ହୋଇଛି।
ସମ୍ୱଲପୁର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିର ପରିସରରେ ଶନିବାର ନୂଅଁାଖାଇ ଲଗ୍ନଧାର୍ଯ୍ୟ ଲାଗି ସଭା ହୋଇଥିଲା। ଝାଡୁଆପଡ଼ା ବ୍ରହ୍ମପୁରା ଟ୍ରଷ୍ଟ ବୋର୍ଡ ଆୟୋଜିତ କାର୍ଯ୍ୟକ୍ରମରେ ପଣ୍ଡିତ ମହାସଭା କର୍ମକର୍ତ୍ତାଙ୍କ ସମେତ ସମ୍ୱଲପୁର ଜିଲାର ବିଭିନ୍ନ ଅଞ୍ଚଳରୁ ଜ୍ୟୋତିଷ ଓ ପଣ୍ଡିତମାନେ ସାମିଲ ହୋଇଥିଲେ। ସମବେତ ପଣ୍ଡିତ ଓ ଜ୍ୟୋତିର୍ୱିଦ୍‌ମାନେ ନକ୍ଷତ୍ର ଗଣନା କରି ଲଗ୍ନ ଧାର୍ଯ୍ୟ କରିଥିଲେ। ନିର୍ଦ୍ଧାରିତ ଲଗ୍ନକୁ ମନ୍ଦିର ଟ୍ରଷ୍ଟ କର୍ମକର୍ତ୍ତା ସର୍ୱସମ୍ମତିକ୍ରମେ ଗ୍ରହଣ କରିଥିଲେ। ପ୍ରଥମେ ବ୍ରହ୍ମପୁରା ଠାକୁରଙ୍କଠାରେ ମନ୍ଦିର ପୂଜକ ସନ୍ତୋଷ ପଣ୍ଡା ସ୍ୱତନ୍ତ୍ର ପୂଜାର୍ଚ୍ଚନା କରିଥିଲେ। ପରେ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସରୋଜ କୁମାର ଦଳପତ ଧାର୍ଯ୍ୟ ଲଗ୍ନ ପାଠ କରିଥିଲେ। ସେଠାରୁ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ବୋର୍ଡ ସଭ୍ୟ, କର୍ମକର୍ତ୍ତା ଏବଂ ପଣ୍ଡିତମାନେ ଶୋଭାଯାତ୍ରାରେ ନଗର ପରିକ୍ରମା କରି ଗୋଧୂଳି ଲଗ୍ନରେ ସମଲେଇ ମନ୍ଦିର ପୀଠରେ ପହଞ୍ଚତ୍ ଥିଲେ। ମନ୍ଦିର ମୁଖ୍ୟ ଫାଟକଠାରେ ଟ୍ରଷ୍ଟ ବୋର୍ଡ କର୍ମକର୍ତ୍ତା ଓ ପୂଜକମାନେ ସମସ୍ତଙ୍କୁ ସ୍ୱାଗତ ଜଣାଇଥିଲେ। ପରେ ଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସହ ନୂଅଁାଖାଇ ଲଗ୍ନ ଅର୍ପଣ ନୀତି ହୋଇଥିଲା। ସମଲେଇ ମନ୍ଦିର ମୁଖ୍ୟ ପୂଜକ ଅମ୍ୱିକା ପ୍ରସାଦ ରାୟ, ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ କୁମାର ବାବୁ ସଭ୍ୟଙ୍କ ସମେତ ପୂଜକମାନେ ପରମ୍ପରାନୁସାରେ ଲଗ୍ନ ଗ୍ରହଣ କରିଥିଲେ। ଜୟ ମା’ ସମଲେଇ ଧ୍ୱନିରେ ଲଗ୍ନ ଗ୍ରହଣ ନୀତିକାନ୍ତି ହୋଇଥିଲା। ସମ୍ୱଲପୁର ଝାଡୁଆପଡ଼ାସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ସଭ୍ୟ ଅମରନାଥ ସୂପକାର, ସୂର୍ଯ୍ୟକୁମାର ମିଶ୍ର, ଶ୍ରୀମନ୍ତ୍ର ମିଶ୍ର, ସୁଶାନ୍ତ କୁମାର ପୁରୋହିତ, ପ୍ରାଣରଞ୍ଜନ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶ୍ରୀଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭା ସଭାପତି ରବିନାରାୟଣ ପଣ୍ଡା, ପଣ୍ଡିତ ସଚ୍ଚିଦାନନ୍ଦ ମିଶ୍ର କରଶର୍ମା, ପଣ୍ଡିତ ବୀରେନ ମିଶ୍ର, ପଣ୍ଡିତ ଜିତେନ୍ଦ୍ର କୁମାର ନନ୍ଦ, ପଣ୍ଡିତ କୃଷ୍ଣଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ଜିଲାର ବିଭିନ୍ନ ଅଞ୍ଚଳରୁ ପଣ୍ଡିତମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?