ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ

ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ ଉଦ୍ଦୀପନାର ସହ ନୂଆଁଖାଇ ପାଳନ କରାଯାଇଛି।

ପ୍ରଥମେ ପାଟଣା ରାଜ୍ୟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ଓ ମା’ ସମଲେଶ୍ୱରୀଙ୍କ ମନ୍ଦିରରେ ଧାର୍ଯ୍ୟ ଲଗ୍ନ ପୂର୍ବାହ୍ନ ୯ଟା ୩୬ରୁ ୧୦ଟା ୧୦ ମଧ୍ୟରେ ପାରମ୍ପରିକ ରୀତିନୀତି ଅନୁସାରେ ଦେବୀଙ୍କୁ ନବାନ୍ନ ଅର୍ପଣ କରାଯାଇଥିଲା। ଶତାଧିକ ଶ୍ରଦ୍ଧାଳୁଙ୍କ ଗହଣରେ ସେବାୟତ ପରିତୋଷ ସାହୁ ଦେବୀଙ୍କୁ ନୂଆକୁଣ୍ଡା ଅର୍ପଣ କରି ସମସ୍ତ ପ୍ରାଣୀଙ୍କ ମଙ୍ଗଳ କାମନା କରିଥିଲେ।

ଶଙ୍ଖ, ନିଶାନ ଓ ବାଦ୍ୟରେ ମନ୍ଦିର ପରିସର କମ୍ପି ଉଠିଥିଲା। ମନ୍ଦିରରେ ଶତାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଶ୍ରଦ୍ଧାଳୁମାନେ ନୂଆଁଖାଇ ଅବସରରେ ଇଷ୍ଟଦେବୀଙ୍କୁ ଦର୍ଶନ କରିଥିଲେ। ମନ୍ଦିର ପକ୍ଷରୁ ଭକ୍ତମାନଙ୍କ ପାଇଁ ନବାନ୍ନ ପ୍ରସାଦ ଗ୍ରହଣ ନିମନ୍ତେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଥିଲା।

ପାଟଣେଶ୍ୱରୀ ଓ ସମଲେଶ୍ୱରୀ ମନ୍ଦିରରେ ନବାନ୍ନ ଅର୍ପଣ ପରେ ଲୋକେ ନିଜ ନିଜ ଘରେ କୁଳଦେବାଦେବୀଙ୍କୁ ପୂଜାର୍ଚ୍ଚନା କରି ନୂଆ ଖାଇଥିଲେ। ଏହାପରେ ବୟସକ୍ରମେ ସାନମାନେ ଜ୍ୟେଷ୍ଠମାନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ କାମନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

ବିଶ୍ୱକର୍ମା ପୂଜାରୁ ଆରମ୍ଭ ହେବ ସିଂହ ସମେତ ଏହି ରାଶିଙ୍କ ପାଇଁ ଭଲ ଦିନ: ସୂର୍ଯ୍ୟଙ୍କ କୃପାରୁ ମିଳିବ ମନଚାହାଁ ସଫଳତା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନର ପ୍ରଭାବ ସମସ୍ତ ରାଶି ଉପରେ ଭିନ୍ନ ଭିନ୍ନ ଭାବେ ପଡ଼ିଥାଏ। ଆସନ୍ତା ୧୭ ସେପ୍ଟେମ୍ବର ୨୦୨୬ରେ ଗ୍ରହମାନଙ୍କ…

ବଲିଉଡ ପ୍ରେମରେ ମାଲେସିଆ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କାହାପାଇଁ ପୋଷ୍ଟ କଲେ ‘ଦିଲ ତୋ ପାଗଲ ହୈ’

ନୂଆଦିଲ୍ଲୀ/କୁଆଲଲମପୁର,୧୫।୯: ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହୋଇଛି, କିନ୍ତୁ ଏହା ଏବେ ମଧ୍ୟ ଆଲୋଚନାର ବିଷୟ ହୋଇ ରହିଛି। ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ବ୍ରିକ୍ସ…

ଶୈଳଶ୍ରୀ ପ୍ୟାଲେସ୍‌ରେ ନୂଆଁଖାଇ ପାଳିଲେ ରାଜ ପରିବାର

ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍‌ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍‌ ପରିସରରେ ଥିବା…

୨୧ ସେପ୍ଟେମ୍ବର ପର୍ଯ୍ୟନ୍ତ ୩ ରାଶିଙ୍କ ଗୋଲ୍ଡେନ ସମୟ: ହାତକୁ ଆସିବ ପ୍ରବଳ ଟଙ୍କା, ମିଳିବ ମନପସନ୍ଦ ଚାକିରି!

ଭୁବନେଶ୍ୱର: ବର୍ତ୍ତମାନ ବୁଧ ନିଜ ରାଶି କନ୍ୟାରେ ଅବସ୍ଥାନ କରିବା ସହ ହସ୍ତ ନକ୍ଷତ୍ରରେ ଗୋଚର କରୁଛନ୍ତି। ନିଜ ରାଶିରେ ବୁଧଙ୍କ ଅବସ୍ଥିତି ତାଙ୍କୁ ଅଧିକ ପ୍ରଭାବଶାଳୀ…

ଏତିକିରୁ ଅଧିକ ଟ୍ରାଞ୍ଜାକ୍ସନ କଲେ ପଡ଼ିବ ଚାର୍ଜ, ରାହୁଲ ଆଣିଲେ ସାଂଘାତିକ ଅଭିଯୋଗ: ଆମେରିକା ଚାପରେ ସରକାର…

ନୂଆଦିଲ୍ଲୀ,୧୫।୯: ଦେଶର ଡିଜିଟାଲ ପେମେଣ୍ଟ ବ୍ୟବସ୍ଥାର ଅନ୍ୟତମ ପ୍ରମୁଖ ମାଧ୍ୟମ UPIକୁ ନେଇ ଏବେ ରାଜନୈତିକ ବିବାଦ ଚର୍ଚ୍ଚା ଜୋର୍‌ ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ, ଚେତାବନୀ ଜାରି କଲା…

ନୂଆଦିଲ୍ଲୀ,୧୫।୯: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଉତ୍ତର ଭାରତ ମହାସାଗର, ବିଶେଷକରି ବଙ୍ଗୋପସାଗର ଓ ଆରବ ସାଗରରେ ଘୂର୍ଣ୍ଣିିଝଡ଼ କାର୍ଯ୍ୟକଳାପ ବଢ଼ିବାର ସମ୍ଭାବନା ରହେ। ଏହି ସମୟକୁ ଭାରତର…

ସିଂହବାହିନୀଙ୍କ ଆଗମନୀ ପାଇଁ ଦିଗପହଣ୍ଡିରେ ଜୋରଦାର ପ୍ରସ୍ତୁତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧ ନଂ ୱାର୍ଡ଼ ପୁଞ୍ଜିକଂୟା ଛକ ସ୍ଥିତ ମା ‘ ସିଂହବାହିନୀ ଦୂର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?