କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ଆଜି

ଭବାନୀପାଟଣା,୧୩ା୯ (ଉତ୍ତମ କୁମାର ଦାଶ):ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭକରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ରାତି ପାହିଲେ ଅର୍ଥାତ୍‌ ଶୁକ୍ରବାର ଜିଲାର ଗଡ଼ଜାତ ଅଞ୍ଚଳରେ ପାଳନ ହେବ ଗଣପର୍ବ ନୂଆଁଖାଇ। ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କଠାରେ ନବାନ୍ନ ଲାଗି ହେଲା ପରେ ନୂଆଁ ଖାଇବେ ଗଡ଼ଜାତ ଅଞ୍ଚଳବାସୀ। ମା’ ମାଣିକେଶ୍ୱରୀଙ୍କ ପାଖରେ ଶୁକ୍ରବାର ସକାଳେ ନବାନ୍ନ ଲାଗି ନେଇ ଲଗ୍ନ ସ୍ଥିର ହୋଇଛି। ମା’ଙ୍କ ନିକଟରେ ନବାନ୍ନ ଲାଗିବା ପରେ ଗଡ଼ଜାତ ଅଞ୍ଚଳର ଭବାନୀପାଟଣା ସମେତ ଲାଞ୍ଜିଗଡ଼, ଜୟପାଟଣା, ମଦନପୁର ରାମପୁର, ମାଣିକେଶ୍ୱରୀଙ୍କ ମୂଳପୀଠ ଥୁଆମୂଳ ରାମପୁରରେ ପାଳିତ ହେବ ନୂଆଁଖାଇ ପର୍ବ। ଏ ନେଇ ଉତ୍ସବମୁଖର ଗଡ଼ଜାତ ଅଞ୍ଚଳର ପୁରପଲ୍ଲୀ।
ସାଧାରଣତଃ ଗଣେଶ ପୂଜା ପରଦିନ ଅର୍ଥାତ୍‌ ପଞ୍ଚମୀକୁ ନୂଆଁଖାଇ ରୂପେ ପଶ୍ଚିମ ଓଡ଼ିଶାରେ ପାଳନ କରାଯାଏ। କିନ୍ତୁ କଳାହାଣ୍ଡିର ଗଡ଼ଜାତ ଅଞ୍ଚଳରେ ଏହାକୁ ସ୍ବତନ୍ତ୍ର ଭାବେ ପାଳନ କରାଯାଏ। ଶୁକ୍ରବାର ସକାଳ ୮ଟା ୨୫ରୁ ୯ଟା ୧୫ ମଧ୍ୟରେ ବିଧି ଅନୁଯାୟୀ ମା’ ମାଣିକେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ଦିନ ୯ ଘଟିକାଠାରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଦ୍ବାର ଖୋଲା ରହିବ। ସକାଳ ୧୦ଟା ୩ ମିନିଟ୍‌ରୁ ୧୨ଟା ୩୬ ମିନିଟ୍‌ ମଧ୍ୟରେ ନୂଆଁ ଖାଇବେ ଗଡ଼ଜାତ ଅଞ୍ଚଳବାସୀ। ଶୁକ୍ଳପକ୍ଷ ଦଶମୀ ତିଥିରେ ମା’ଙ୍କ ପାଖରେ ଏହି ନବାନ୍ନ ଲାଗି ହୋଇଥାଏ। ଏଥିଲାଗି ଗୁରୁବାର ଗଡ଼ଜାତ ଅଞ୍ଚଳରେ ଲୋକେ ପ୍ରସ୍ତୁତିରେ ଲାଗିପଡିଛନ୍ତି। ନୂଆଁଖାଇ ପାଇଁ ନୂଆ ଧାନ, ନୂଆ ଚୁଡ଼ା, ଗୁଡ଼ କିଣୁଥିବା ଦେଖିବାକୁ ମିଳିଛି। କୃଷିଭିତ୍ତିକ ପର୍ବ ନୂଆଁଖାଇରେ ସବୁ କିଛି ନୂଆ ସାମଗ୍ରୀ ବ୍ୟବହାରହେବା ନେଇ ପରମ୍ପରା ରହିଥିବାରୁ ଲୁଗା ଦୋକାନରେ ମଧ୍ୟ ପ୍ରବଳ ଭିଡ଼ ଜମୁଛି। ନୂଆଁଖାଇକୁ ନେଇ ଚାରିଆଡ଼େ ଉତ୍ସାହର ମାହୋଲ ଥିବାବେଳେ ବ୍ୟବସାୟୀ ମଧ୍ୟ ବ୍ୟବସାୟକୁ ନେଇ ବେଶ୍‌ ଖୁସି ଅଛନ୍ତି। ଅନ୍ୟପଟେ ନୂଆଖାଇ ପରେ ଆରମ୍ଭ ହେବ ଜୁହାର ଭେଟ ଓ ନାଚଗୀତର ଆସର। ସେଥିପାଇଁ ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ମା’ ମାଣିକେଶ୍ୱରୀଙ୍କ ମନ୍ଦିର ସମ୍ମୁଖରେ ଅଭ୍ୟାସ ଚାଲିଛି। କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ବଜାଶାଲ, ବନାବାଡ଼ି, ସିଙ୍ଗାରି ଆଦି ନୃତ୍ୟରେ ଝୁମିବେ ଗଡ଼ଜାତ ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri