ନୂଆଖାଇରେ ଦୁଲୁକିଲା କେସିଙ୍ଗା

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମହାସମାରୋହରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ବୁଧବାର ଶାନ୍ତି ଶୃଙ୍ଖଳା ସହ ପାଳିତ ହୋଇଯାଇଛି। ମଙ୍ଗଳବାର ସକାଳୁ ଗ୍ରାମର ଯାନୀ ଓ ଗଣା ଘରକୁ ଘର ବୁଲି ଧରଣୀପୀଠରେ ପୂଜା କରିବା ପାଇଁ ଚାଉଳ,ଅର୍ଥସଂଗ୍ରହ କରିଥିଲେ। ବୁଧବାର ସକାଳେ ପ୍ରତ୍ୟେକ ଘରେ ବିଭିନ୍ନ ପ୍ରକାର ପିଠା,ଖିରି, ଘରର ଇଷ୍ଟ ଦେବାଦେବୀଙ୍କ ନିକଟରେ ପୂଜାର୍ଚ୍ଚନା କରି ଏକାଠି ବସି,ନୂଆ ବସ୍ତ୍ର ପରିଧାନ କରି ପ୍ରତ୍ୟେକ ଘରେ ନୂଆଧାନର ଚୁଡା, କଦଳୀ ବିଭିନ୍ନ ପ୍ରକାର ପ୍ରସ୍ତୁତକ ରିଥିବା ବ୍ୟଞ୍ଜନକୁ ଖାଇଥିଲେ। କେସିଙ୍ଗା ବ୍ଲକର ବାଲସି ଗ୍ରାମର ସମସ୍ତ ନୂଆଁଖାଇ ଖାଇ ସାରି ଜଗନ୍ନାଥ ମନ୍ଦିରକୁ ଯାଇ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରି ଗୁରୁଜନମାନଙ୍କୁ ଛୋଟମାନେ ନୂଆଁଖାଇ ଜୁହାର କରି ଥିଲେ। ଅପରାହ୍ନରେ ବିଭିନ୍ନ ସାଂକୃତିକ କାର୍ଯ୍ୟକ୍ରମରେ କେସିଙ୍ଗା ଅଞ୍ଚଳ ଦୁଲୁକିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…

ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ…

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?