ସେପ୍ଟେମ୍ବର ୨୦ରେ ନୂଆଖାଇ

ସମ୍ବଲପୁର,୮ା୯(ଶୁଭାଶିଷ ପାଢ଼ୀ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ସେପ୍ଟେମ୍ବର ୨୦ ତାରିଖରେ ପାଳନ ହେବ। ସମ୍ବଲପୁର ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିର ପରିସରରେ ଗୁରୁବାର ମନ୍ଦିର ଟ୍ରଷ୍ଟ ପକ୍ଷରୁ ଆୟୋଜିତ ପଣ୍ଡିତ ମହାସଭାରେ ଏ ନେଇ ଲଗ୍ନ ଧାର୍ଯ୍ୟ ହୋଇଛି। ଧାର୍ଯ୍ୟ ଲଗ୍ନ ଅନୁସାରେ ପୂର୍ବାହ୍ନ ୧୦ଟା ୨୭ ମିନିଟରୁ ୧୦ ଘଣ୍ଟା ୪୭ ମିନିଟ ମଧ୍ୟରେ ଇଷ୍ଟଦେବୀ ମା’ ସମଲେଇଙ୍କ ପାଖରେ ପ୍ରଥମେ ନବାନ୍ନ ଲାଗି ହେବ। ପରମ୍ପରା ଅନୁସାରେ ନବାନ୍ନ ଲାଗିପରେ ସଭିଏଁ ନୂଆ ଖାଇବେ। ପ୍ରତିବର୍ଷ ଭଳି ଗୁରୁବାର ନନ୍ଦୋତ୍ସବରେ ଝାଡୁଆପଡ଼ା ବ୍ରହ୍ମପୁରା ମନ୍ଦିରରେ ସଭା ଆୟୋଜିତ ହୋଇଥିଲା। ପଣ୍ଡିତମାନେ ପ୍ରଥମେ ବିଷ୍ଣୁ ସହସ୍ରନାମ ପାଠ କରିଥିଲେ। ପରେ ପଣ୍ଡିତ ମହାସଭାର ପଣ୍ଡିତମାନେ ନକ୍ଷତ୍ର ଗଣନା କରି ଲଗ୍ନ ଧାର୍ଯ୍ୟ କରିଥିଲେ। ବ୍ରହ୍ମପୁରା ଠାକୁରଙ୍କଠାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା। ପଣ୍ଡିତମାନେ ଧାର୍ଯ୍ୟ ଲଗ୍ନକୁ ସର୍ବସାଧାରଣରେ ପାଠ କରିଥିଲେ। ପରେ ମନ୍ଦିର ପୂଜକ ଓ ଟ୍ରଷ୍ଟବୋର୍ଡ ସଭ୍ୟମାନେ ସମଲେଇ ମନ୍ଦିର ଯାଇ ଲଗ୍ନ ଅର୍ପଣ କରିଥିଲେ। ପଣ୍ଡିତ ମହାସଭାରେ ସଭାପତି ରବିନାରାୟଣ ପଣ୍ଡା, ପଣ୍ଡିତ ଜିତେନ୍ଦ୍ର ନନ୍ଦ, ପଣ୍ଡିତ ରାକେଶ ମିଶ୍ର, ପଣ୍ଡିତ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ, ପଣ୍ଡିତ ସଚ୍ଚିଦାନନ୍ଦ ମିଶ୍ର କରଶର୍ମା, ପଣ୍ଡିତ ଲକ୍ଷ୍ମଣ ବେହେରା, ପଣ୍ଡିତ ଚନ୍ଦ୍ରକାନ୍ତ ପାଣିଗ୍ରାହୀ, ପଣ୍ଡିତ ଗୋପୀନାଥ ପଣ୍ଡାଙ୍କ ସମେତ ଜିଲାର ବିଭିନ୍ନ ଅଞ୍ଚଳରୁ ପଣ୍ଡିତମାନେ ଯୋଗଦେଇଥିଲେ। ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସରୋଜ ଦଳପତ ଓ ସଭ୍ୟ ଶୁଭେନ୍ଦୁ ମିଶ୍ର, ସଞ୍ଜୟ କୁମାର ମିଶ୍ର, ଅମରନାଥ ସୂପକାର, ସୀତାକାନ୍ତ ପାଣିଗ୍ରାହୀ, ପ୍ରାଣରଞ୍ଜନ ପଣ୍ଡା, ପାର୍ଥସାରଥି ମିଶ୍ର, ଶୁଭେନ୍ଦ୍ର ପଣ୍ଡା ସଭା ଆୟୋଜନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri