ଧାର୍ଯ୍ୟ ହେଲା ଗଣପର୍ବ ନୂଆଁଖାଇ ଲଗ୍ନ,ଜାଣନ୍ତୁ ସବିଶେଷ…

ସମ୍ବଲପୁର,୧୬ା୮(ବି.ଶଙ୍କର): ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଛି। ପଣ୍ଡିତ ଓ ଜ୍ୟୋତିର୍ବିଦମାନଙ୍କ ଗଣନାନୁସାରେ ଚଳିତ ମାସ ୨୮ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ଗୁରୁବାର ପୂର୍ବାହ୍ନ ୧୦ଟା ୩୩ ମିନିଟ ଗତେ ୧୦ଟା ୫୫ ମିନିଟ ମଧ୍ୟେ ତୁଳା ଲଗ୍ନରେ ଇଷ୍ଟଦେବୀ ମା’ ସମଲେଇ ପ୍ରଥମେ ନବାହ୍ନ ଲାଗି ହେବେ। ପରମ୍ପରା ଓ ରୀତିନୀତି ଅନୁସାରେ ଇଷ୍ଟଦେବୀଙ୍କୁ ନବାନ୍ନ ଭୋଗ ଲାଗିବା ପରେ ଜନସାଧାରଣ ନୂଆଁଖାଇ ଭୋଗ ଖାଇବେ ବୋଲି ସ୍ଥିର ହୋଇଛି।
ଶନିବାର ଅପରାହ୍ନ ୪ଟା୩୦ରେ ସମ୍ବଲପୁର ସହର ଝାଡୁଆପଡା ବ୍ରହ୍ମପୁରା ମନ୍ଦିରରେ ନୂଆଁଖାଇ ଲଗ୍ନଧାର୍ଯ୍ୟ କାର୍ଯ୍ୟକ୍ରମ ହୋଇଥିଲା। ଝାଡୁଆପଡା ବ୍ରହ୍ମପୁରା ଟ୍ରଷ୍ଟ ବୋର୍ଡ ପକ୍ଷରୁ ଆୟୋଜିତ ପଣ୍ଡିତ ମହାସଭାରେ ସମ୍ବଲପୁର ଜିଲାର ବିଭିନ୍ନ ଅଞ୍ଚଳରୁ ପଣ୍ଡିତ ଓ ଜ୍ୟୋତିଷମାନେ ଯୋଗ ଦେଇଥିଲେ। ଜିଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ପଣ୍ଡିତମାନେ ନକ୍ଷତ୍ର ଗଣନା କରି ଲଗ୍ନ ଧାର୍ଯ୍ୟ କରିଥିଲେ।
ଏହି ଅବସରରେ ସମଲେଇ ମନ୍ଦିର ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟ, ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ କୁମାର ବାବୁଙ୍କ ସମେତ ପୂଜକମାନେ ଲଗ୍ନ ପରମ୍ପରାନୁସାରେ ଗ୍ରହଣ କରିଥିଲେ। ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସଭ୍ୟ ସରୋଜ କୁମାର ଦଳପତ, ଶ୍ରୀମନ୍ତ୍ର ମିଶ୍ର, ସୁଶାନ୍ତ କୁମାର ପୁରୋହିତ, ମିଳୁ ପାଣିଗ୍ରାହୀ, ପ୍ରାଣରଞ୍ଜନ ପଣ୍ଡା, ପାର୍ଥ ସାରଥି ମିଶ୍ର, ଶୁଭେନ୍ଦ୍ର କୁମାର ପଣ୍ଡା, ଅଭିଷେକ ମିଶ୍ର, ପ୍ରବୀଣ କୁମାର ଦୀକ୍ଷିତଙ୍କ ସହଯୋଗରେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶ୍ରୀଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭା ସଭାପତି ରବିନାରାୟଣ ପଣ୍ଡା, ପଣ୍ଡିତ ସଚ୍ଚିିଦାନନ୍ଦ ମିଶ୍ର କରଶର୍ମା, ପଣ୍ଡିତ ଜିତେନ୍ଦ୍ର କୁମାର ନନ୍ଦ, ପଣ୍ଡିତ କୃଷ୍ଣଚନ୍ଦ୍ର ପାଣିଗ୍ରାହୀ, ପଣ୍ଡିତ ଚନ୍ଦ୍ରକାନ୍ତ ପାଣିଗ୍ରାହୀ, ପଣ୍ଡିତ ମହେଶ୍ୱର ନାୟକ, ପଣ୍ଡିତ ସରିତ କୁମାର ପାଢ଼ୀ, ପଣ୍ଡିତ ଗୋପୀନାଥ ପଣ୍ଡା, ପଣ୍ଡିତ ଶଶାଙ୍କ ଶେଖର ମିଶ୍ରଙ୍କ ସମେତ ଜିଲାର ବିଭିନ୍ନ ଅଞ୍ଚଳର ପଣ୍ଡିତମାନେ ସାମିଲ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri