ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସୋନପୁର,୧୩।୮(ନି.ପ୍ର.)-ଗଡଜାତ ପରମ୍ପରା ଅନୁସାରେ ନୂଆଁଖାଇ ଲଗ୍ନ ବୁଧବାର ସନ୍ଧ୍ୟାରେ ସୋନପୁର ଗଡଭିତର ଜଗନ୍ନାଥ ମନ୍ଦିର ପରିସରରେ ଧାର୍ଯ୍ୟ ହୋଇଛି । ଆସନ୍ତା ୨୩ ତାରିଖ ଋଷି ପଞ୍ଚମୀ ଶୁକ୍ଳ ପକ୍ଷ ରବିବାର ସମଲେଇ ମନ୍ଦିରରୁ ସ୍ବତନ୍ତ୍ର ଭାବେ ପାହୁର ଶୋଭାଯାତ୍ରା ସକାଳ ୮ଟା ୪୦ମିନିଟ୍‌ରୁ ୯ଟା ମଧ୍ୟରେ ବାହାରିବ। ଏହା ଅଷ୍ଟଚଣ୍ଡୀ ଓ ବଡ ହନୁମାନଙ୍କ ପୀଠକୁ ଯିବ । ପୂର୍ବାହ୍ନ ୯ଟା ୩୦ରୁ ୯ଟା୪୪ମିନିଟ ମଧ୍ୟେ ତୁଳା ନକ୍ଷତ୍ର ଲଗ୍ନ ଅମୃତ ସମୟରେ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ସୁରେଶ୍ୱରୀଙ୍କ ଠାରେ ନବାନ୍ନ ଭୋଗ ଲାଗିବ । ଏହାପରେ ଜିଲାବାସୀ ନବାହ୍ନ ଭକ୍ଷଣ କରିବେ । ସମସ୍ତଙ୍କ ସମ୍ମତି ହେବା ପରେ ପଣ୍ଡିତଙ୍କ ଦ୍ୱାରା ବିଶେଷ ପୂଜାର୍ଚ୍ଚନା ହୋଇଥିଲା । ପଣ୍ଡିତ ମହାସଭାରେ ଜ୍ୟୋତିର୍ବିଦ୍‌ ସିତାଂଶୁ ଶେଖର ପାଣିଗ୍ରାହୀ, ଗୌରୀଶଙ୍କର ରଥ ଓ ରାମଗୋପାଳ ପୂଜାହାରୀଙ୍କ ସମେତ ବହୁ ପଣ୍ଡିତ ଲଗ୍ନଧାର୍ଯ୍ୟରେ ସାମିଲ ଥିଲେ। ଏଥିରେ ସାମାଜିକ କର୍ମୀ ଶ୍ରୀବତ୍ସ ମଲ୍ଳିକ ଓ ଶିବରାମ ସାହୁ ପ୍ରମୁଖ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ପରମ୍ପରା ଅନୁଯାୟୀ ଭାଦ୍ରବ କୃଷ୍ଣପକ୍ଷ ନନ୍ଦୋତ୍ସୋବ ତିଥିରେ ସୁବର୍ଣ୍ଣପୁରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ ହୋଇଥାଏ । ଦେବୋତ୍ତର ବିଭାଗ ମ୍ୟୁନିସିପାଲିଟିକୁ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ପୂର୍ବରୁ ଦାୟିତ୍ୱ ନ୍ୟସ୍ତ କରିଛି । କିନ୍ତୁ ଚଳିତ ଥର କୋଭିଡ କଟକଣା ଆଳରେ ଦେବୋତ୍ତର ବିଭାଗ କିମ୍ବା ମ୍ୟୁନିସିପାଲିଟି ପଣ୍ଡିତ ମହାସଭା ଡକାଇ ନ ଥିଲେ । ନୂଆଁଖାଇ ଓ ପାହୁର ଯାତ୍ରା ସହିତ ପ୍ରସିଦ୍ଧ ବଳିଯାତ୍ରାର ସମ୍ପର୍କ ଥିବାରୁ ରୀତିନୀତି ବିଭ୍ରାଟ ହେବା ଜାଣି କିଛି ସାମାଜିକ କର୍ମୀ ବେସରକାରୀ ଭାବେ ଏହା ଆୟୋଜନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri