ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ ନିଆରା ଢଙ୍ଗରେ ପାଳିତ ହୁଏ ନୂଆଁଖାଇ। ସବୁଠି ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭ କରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ ନୂଆଖାଇ ।

ତେବେ କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନୂଆ ଖାଇବା ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ଶୁକ୍ଲପକ୍ଷ ଦଶମୀ ଅର୍ଥାତ ସେପ୍ଟେମ୍ବର ୨୧ ତାରିଖ ସୋମବାର ସକାଳ ୮. ଘଣ୍ଟା ୨୦ ମିନିଟରୁ ୯ ଘଣ୍ଟା ୩୦ ମିନିଟ ମଧ୍ୟରେ ମା’ଙ୍କ ନିକଟରେ ଲାଗି ହେବ ନବାନ୍ନ। ଏହାପରେ ୧୦ଟାରୁ ୧୨ଟା ମଧ୍ୟରେ ଗଡ଼ଜାତ ଅଞ୍ଚଳର ଜନସାଧାରଣ ନୂଆ ଖାଇବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି । ମା’ଙ୍କ ନିକଟରେ ନବାନ୍ନ ଲାଗି ପରେ ଭବାନୀପାଟଣା ସହର ସମେତ ଗଡଜାତ ଅଞ୍ଚଳ ଲାଞ୍ଜିଗଡ, ଜୟପାଟଣା, ମଦନପୁର, ରାମପୁର, ମାଣିକେଶ୍ବରୀଙ୍କ ମୂଳପୀଠ ଥୁଆମୂଳ ରାମପୁରରେ ପାଳିତ ହେବ ନୂଆଁଖାଇ ପର୍ବ । ଏନେଇ ରବିବାର କଳାହାଣ୍ଡି ରାଜ ପରିବାର ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି।

ଏ ସମ୍ପର୍କରେ ସଂସ୍କୃତି ଗବେଷକ ସତ୍ୟନାରାୟଣ ମହାପାତ୍ର କହିଛନ୍ତି, “କଳାହାଣ୍ଡିରେ ନୂଆଁଖାଇର ଏକ ଭିନ୍ନ ପରମ୍ପରା ରହିଛି।​ କୌଣସି ନିର୍ଦ୍ଦିଷ୍ଟ ତିଥିରେ ସମଗ୍ର ଜିଲାରେ ନୂଆଖାଇ ପାଳିତ ହୁଏ ନାହିଁ। ​ପର୍ଯ୍ୟାୟ ଭିତ୍ତିରେ ଅର୍ଥାତ୍ ଛଅଟି ପର୍ଯ୍ୟାୟରେ ଦୀର୍ଘ ୫୫ ଦିନ ଧରି କଳାହାଣ୍ଡିରେ ଏହା ପାଳିତ ହେଉଥାଏ । ​ ସବୁଠାରୁ ମୁଖ୍ୟ ହେଉଛି କଳାହାଣ୍ଡିର ଇଷ୍ଟଦେବୀ ମା’ ମାଣିକେଶ୍ୱରୀଙ୍କ ପୀଠରେ ନୂଆଁଖାଇ । ପରମ୍ପରା ଅନୁଯାୟୀ ପ୍ରତିବର୍ଷ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ମା’ ମାଣିକେଶ୍ୱରୀଙ୍କ ନିକଟରେ ନବାନ୍ନ ଭୋଗ ଅର୍ପଣ କରାଯାଇଥାଏ ।”

ମା’ ମାଣିକେଶ୍ୱରୀଙ୍କ ସହିତ ଭବାନୀପାଟଣା ସହର ଏବଂ କଳାହାଣ୍ଡି ଗଡ଼ଜାତର ପୁରାତନ ଜମିଦାରୀ ଅଞ୍ଚଳ କର୍ଲାପାଟ, ଥୁଆମୂଳ ରାମପୁର, ଜୟପାଟଣା, ଲାଞ୍ଜିଗଡ଼ ଏବଂ ମଦନପୁର ରାମପୁରରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ନୂଆଁଖାଇ ପାଳନ ହୋଇ ଥାଏ ବୋଲି କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?