ରାତି ପାହିଲେ ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର

ସମ୍ବଲପୁର,୧୦ା୯ (ବ୍ୟୁରୋ): ପଶ୍ଚିମ ଓଡ଼ିଶାର ନୂଆଁଖାଇ ତିହାର । ପୁରପଲ୍ଲୀ ସବୁଠି ଉତ୍ସବମୁଖର। ରାତି ପାହିଲେ ଇଷ୍ଟଦେବୀ ସମଲେଇଙ୍କଠାରେ ଧାର୍ଯ୍ୟ ଲଗ୍ନ ଅନୁସାରେ ଲାଗିହେବ ନବାନ୍ନ। ପରେ ପଶ୍ଚିମ ଓଡ଼ିଶାବାସୀ ଘରେ ଘରେ ନୂଆଁ ଖାଇବେ। ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ରୀତିନୀତି ଅନୁସାରେ ପାଳନ କରାଯିବ। ପରମ୍ପରା ଅନୁସାରେ ନୂଆଁ ଖାଇବା ପରେ ଜୁହାରଭେଟ ହେବ। ଛୋଟ ପିଲାମାନେ ଗରୁଜନମାନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି।

ଚଳିତବର୍ଷ କୋଭିଡ୍‌ କଟକଣା ଯୋଗୁ କେବଳ ପରମ୍ପରା ରକ୍ଷା କରି ପାଳନ କରାଯିବ। ବିଭିନ୍ନ ସ୍ଥାନରେ ଭେଟଘାଟ କାର୍ଯ୍ୟକ୍ରମ ହେବ ନାହିଁ। ନୂଆଁଖାଇ ଉପଲକ୍ଷେ ମାଁ ସମଲେଙ୍କ ସମେତ ପାର୍ଶ୍ୱ ଦେବଦେବୀଙ୍କ ସିନ୍ଦୂର ନୀତି ସମ୍ପନ୍ନ ହୋଇଛି। ସକାଳ ୮ଟାରେ ୧୧୫ ଦେବଦେବୀଙ୍କୁ ସ୍ନାନ କରାଯାଇଛି। ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟ ସିନ୍ଦୂର ଓ ଜଡାତେଲ ମିଶ୍ରଣ କରି ସିନ୍ଦୂର ପ୍ରସ୍ତୁତ କରିଥିଲେ। ପ୍ରଥମେ ଶୀତଳା ଦେବୀଙ୍କୁ ପୂଜକମାନେ ସିନ୍ଦୂର ଅର୍ପଣ କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଲ ହୁଳହୁଳିରେ ଉଛୁଳି ପଡିଥିଲା ମନ୍ଦିର ଅଞ୍ଚଳ। କ୍ରମାନ୍ବୟରେ ଦେବଦେବୀଙ୍କୁ ସିନ୍ଦୂର ଅର୍ପଣ କରି ପ୍ରଣିପାତ କରାଯାଇଥିଲା। ସିନ୍ଦୂର ଅର୍ପଣ ସହ ସମଲେଇଙ୍କ ଆଭୁଷଣ ପ୍ରସ୍ତୁତ କରାଯାଇଛି। ସନ୍ଧ୍ୟା ୬ଟାରେ ମୁଖ୍ୟ ପୂଜକ ଅମ୍ବିକା ପ୍ରସାଦ ରାୟଙ୍କ ଘରେ ଦେବୀଙ୍କ ପ୍ରିୟ ସାରୁପତ୍ର ପହଞ୍ଚିଛି। ସାରୁ ପତ୍ରରେ ଶାଗ ପ୍ରସ୍ତୁତ କରି ସମଲେଇଙ୍କୁ ଅର୍ପଣ କରିବା ବିଧି ରହିଛି। ଏତଦ୍‌ବ୍ୟତୀତ ପଶ୍ଚିମ ଓଡ଼ିଶା ଅନ୍ତର୍ଗତ ବୌଦ୍ଧ ଜିଲାର ଭୈରବୀ, ନୂଆଁପଡାର ଟାନ୍‌ୱାଟ୍‌ କଣା ଭଇଁରା, ବରଗଡ଼ ଓ ଝାରସୁଗୁଡ଼ାର ସମଲେଇ, ସୁନ୍ଦରଗଡ ଜିଲାର ସମଲେଇ ଓ ଶିଖରବାସିନୀ, ବଲାଙ୍ଗୀରର ଇଷ୍ଟଦେବୀ ପାଟଣେଶ୍ୱରୀ, ସୋନପୁରର ସୁରେଶ୍ୱରୀ ପୀଠରେ ନୂଆଁଖାଇ ଲାଗି ପ୍ରସ୍ତୁତି ଚୂଡାନ୍ତ ହୋଇଛି। ଅନ୍ୟପକ୍ଷେ ଗାଁ ଓ ସହର ଛାଡି ଦୂରରେ ରହୁଥିବା ପରିବାରବର୍ଗ ଗୁରୁବାର ଆସି ପହଞ୍ଚତ୍ଛନ୍ତି। ଏଥିଲାଗି ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ରେଲଷ୍ଟେଶନ, ବସ୍‌ଷ୍ଟାଣ୍ଡ, ଅଟୋଷ୍ଟାଣ୍ଡ ଓ ରିକ୍ସାଷ୍ଟାଣ୍ଡରେ ଭିଡ ଲାଗିରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri