ଆଜି ନୂଆଁଖାଇ: ମା’ଙ୍କ ପାଖରେ ଲାଗିହେଲା ନବାନ୍ନ

ସମ୍ବଲପୁର ଅଫିସ,୧୧।୯: ପଶ୍ଚିମ ଓଡ଼ଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଉତ୍ସାହ ଉଦ୍ଦୀପନାରେ ପାଳନ ହୋଇଛି। ଲଗ୍ନ ଅନୁସାରେ ଆଜି ମା’ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ହେବା ପରେ ଘରେଘରେ ଏହି ଉତ୍ସବ ପାଳନ କରାଯାଇଛି। କରୋନା କଟକଣା ଲାଗି ନୃତ୍ୟ ଗୀତର ଆସର ଓ ଭେଟଘାଟ ଅନୁମତି ନଥିବାରୁ ସାମାନ୍ୟ ଫିକା ପଡ଼ିଛି ନୂଆଁଖାଇ। ଏହି ଦିନ ଚାଷୀ ତାର ପ୍ରଥମ ଅନ୍ନକୁ ନିଜର ଇଷ୍ଟଦେବୀଙ୍କ ଠାରେ ଲାଗି କରାଇ ବର୍ଷଯାକ ଭଲ ଫସଲ ପାଇଁ ମା’ଙ୍କଠାରୁ ଆଶିଷ ଭିକ୍ଷା କରେ ।
ପରମ୍ପରା ଅନୁଯାୟୀ, ସମ୍ବଲପୁର ଇଷ୍ଟଦେବୀ ମା’ ସମଲେଇଙ୍କ ମନ୍ଦିର ଶନିବାର ଭୋର ୪ଟାରୁ ଖୋଲା ଯାଇଥିଲା। ମା’ଙ୍କୁ ସ୍ନାନ ପରେ ନୂଆବସ୍ତ୍ର ପରିଧାନ କରାଯାଇ ଗୁପ୍ତପୂଜା କରାଯାଇଥିଲା । ତେବେ ପୂର୍ବ ନିର୍ଦ୍ଧାରିତ ଲଗ୍ନ ଅନୁସାରେ ସକାଳ ୧୦ଟା ୧୫ରୁ ୧୦ଟା ୨୫ମଧ୍ୟରେ ନବାନ୍ନ ଲାଗି କରାଯାଇଛି । ତେବେ ଚଳିତ ବର୍ଷ ମନ୍ଦିର ଟ୍ରଷ୍ଟ ବୋର୍ଡ ଓ ଜିଲା ପ୍ରଶାସନର ଅନୁମତି କ୍ରମେ ଶ୍ରଦ୍ଧାଳୁ ୧୨ଟା ୩୦ରୁ ୫.୩୦ ଯାଏ ମା’ଙ୍କ ଦର୍ଶନ କରି ପାରିବେ। ତେବେ ମା’ଙ୍କ ପୀଠରେ ନବାନ୍ନ ଲାଗି ହେବା ପରେ ଘରର ମୁରବୀ ଓ ଅନ୍ୟମାନେ ମିଶିି ପ୍ରସାଦ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri