କଳାହାଣ୍ଡି ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ: ଆଜି ଭବାନୀପାଟଣାରେ ବସିଲା ସ୍ବତନ୍ତ୍ର ନୂଆଁଖାଇ ବଜାର

ଭବାନୀପାଟଣା,୧ା୯ (ଉତ୍ତମ କୁମାର ଦାଶ)- ନୂଆଁଖାଇ କଳାହାଣ୍ଡି ଜିଲାର ଏକ ମୁଖ୍ୟ ପରମ୍ପରା। ପଶ୍ଚିମ ଓଡ଼ିଶାର ଅନ୍ୟ ଜିଲାରେ ସପ୍ତମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ କଳାହାଣ୍ଡିରେ ପ୍ରତିପଦାଠାରୁ ଆରମ୍ଭ ହୋଇ ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ। ମଙ୍ଗଳବାର ଜିଲାର ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ପାଳନ ହେବ। ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କଠାରେ ମଙ୍ଗଳବାର ସକାଳେ ନବାନ୍ନ ଲାଗି ନେଇ ଲଗ୍ନ ସ୍ଥିର ହୋଇଛି। ମା’ଙ୍କ ନିକଟରେ ନବାନ୍ନ ଲାଗିବା ପରେ ଗଡ଼ଜାତ ଅଞ୍ଚଳର ଭବାନୀପାଟଣା ସମେତ ଲାଞ୍ଜିଗଡ଼, ଜୟପାଟଣା, ମଦନପୁର ରାମପୁର, ମହୁଲପାଟଣା, କର୍ଲାପାଟ ଓ ମାଣିକେଶ୍ୱରୀଙ୍କ ମୂଳପୀଠ ଥୁଆମୂଳ ରାମପୁରରେ ନୂଆଖାଇ ପାଳନ ହେବ। ଏଥିପାଇଁ ଗଡ଼ଜାତ ଅଞ୍ଚଳର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି।
ସାଧାରଣତଃ ଗଣେଶ ପୂଜା ପରଦିନ ଅର୍ଥତ୍‌ ପଞ୍ଚମୀକୁ ନୂଆଁଖାଇ ରୂପେ ପଶ୍ଚିମ ଓଡ଼ିଶାରେ ପାଳନ କରାଯାଏ। କିନ୍ତୁ କଳାହାଣ୍ଡିର ଗଡ଼ଜାତ ଅଞ୍ଚଳରେ ଏହାକୁ ସ୍ବତନ୍ତ୍ର ଭାବେ ପାଳନ କରାଯାଏ। ମଙ୍ଗଳବାର ସକାଳ ୮ଟା ୪୫ରୁ ୯ଟା ୦୫ ମଧ୍ୟରେ ବିଧି ଅନୁଯାୟୀ ମା’ ମାଣିକେଶ୍ବରୀଙ୍କ ନିକଟରେ ନବାନ୍ନ ଲାଗି ହେବ। ୯ଟା ପରେ ସର୍ବସାଧାରଣଙ୍କ ଦର୍ଶନ ପାଇଁ ମନ୍ଦିର ଦ୍ୱାର ଖୋଲା ରହିବ। ସକାଳ ୧୦ଟା ୫୫ରୁ ଅପରାହ୍ନ ୧ଟା ମଧ୍ୟରେ ନୂଆଁ ଖାଇବେ ଗଡ଼ଜାତ ଅଞ୍ଚଳବାସୀ। ଶୁକ୍ଳପକ୍ଷ ଦଶମୀ ତିଥିରେ ମା’ଙ୍କ ପାଖରେ ଏହି ନବାନ୍ନ ଲାଗି ହୋଇଥାଏ। ଏଥିଲାଗି ସୋମବାର ଗଡ଼ଜାତ ଅଞ୍ଚଳରେ ଲୋକେ ପ୍ରସ୍ତୁତିରେ ଲାଗିପଡିଛନ୍ତି। ନୂଆ ସାମଗ୍ରୀ ବ୍ୟବହାର ହେବା ପରମ୍ପରା ରହିଥିବାରୁ ଭବାନୀପାଟଣାରେ ବସିଛି ସ୍ବତନ୍ତ୍ର ନୂଆଁଖାଇ ବଜାର। ନୂଆଁଧାନ, ଚୂଡା, ବିଭିନ୍ନ ପତ୍ର ସମେତ ସାମଗ୍ରୀ କିଣିବାରେ ସଭିଏଁ ବ୍ୟସ୍ତ ଥିବା ଦେଖିବାକୁ ମିଳିଥିଲା। ନୂଆଁଖାଇକୁ ନେଇ ଚାରିଆଡେ ଉତ୍ସାହର ମାହୋଲ ଥିବାବେଳେ ବ୍ୟବସାୟୀ ମଧ୍ୟ ବ୍ୟବସାୟକୁ ନେଇ ବେଶ ଖୁସି ଅଛନ୍ତି। ଏ ନେଇ ଭବାନୀପାଟଣା ବାସିନ୍ଦା ରାମ ଲିଙ୍ଗା ଆଚାରି କହନ୍ତି, ପଞ୍ଚମୀ ତିଥିରେ ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ପାଳନ ହୋଇଥିବା ବେଳେ ଦଶମୀ ତିଥିରେ ଭବାନୀପାଟଣାରେ ନୂଆଁଖାଇ ପାଲନ ହେବ। ଏଥିପାଇଁ ଆମେ ନୂଆଁଧାନ, ଚୂଡା ସହ ବିଭିନ୍ନ ପନିପରିବା ନେଉଛୁ। ମା’ ମାଣିକେଶ୍ୱରୀଙ୍କ ନୀତିନିୟମ ଅନୁଯାୟୀ ଆମେ ନୂଆଁ ଖାଇବୁ। ସମସ୍ତେ ଏକାଠି ବସି ନୂଆଁ ଖାଇବାର ମଜା ନେବୁ ବୋଲି କହିଛନ୍ତି। ଭବାନୀପାଟଣାର ଅନ୍ୟଜଣେ ବାସିନ୍ଦା ନରେନ୍ଦ୍ର ଦାସ କହିଛନ୍ତି ଯେ, ନୂଆଁଖାଇ ହେଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ। ଆମେ ଦଶମୀ ତିଥିରେ ନୂଆଁଖାଇ ପାଳନ କରୁଛୁ। ଆମର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କଠାରେ ନବାନ୍ନ ଲାଗିହେବା ପରେ ସମସ୍ତ ଗଡ଼ଜାତ ଅଞ୍ଚଳରେ ନୂଆଁଖାଇ ପାଳନ ହେବ। ବିଭିନ୍ନ ପ୍ରକାର ବ୍ୟଞ୍ଜନ ପ୍ରସ୍ତୁତ ହେବାକୁ ଥିବାରୁ ସୋମବାର ଆମେ ବଜାରରୁ ସମସ୍ତ ସାମଗ୍ରୀ କିଣାକିଣି କରୁଛୁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

ମିଳିଲା ଅନୁମତି : ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବ ଆଇପିଏଲ୍‌ ମ୍ୟାଚ୍‌

ବେଙ୍ଗାଲୁରୁ,୧୬ା୩: ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ଆଇପିଏଲ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଘରୋଇ ମ୍ୟାଚ୍‌ ଏମ୍‌ ଚିନ୍ନାସ୍ୱାମୀ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri