ନୂଆପଡ଼ା ଉପନିର୍ବାଚନ: ୯ଟା ସୁଦ୍ଧା ୧୪.୯୯ ପ୍ରତିଶତ ଭୋଟିଂ

ନୂଆପଡ଼ା,୧୧।୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ପ୍ରକ୍ରିୟା ମଙ୍ଗଳବାର ସକାଳ ୭ଟାରୁ ଆରମ୍ଭ ହୋଇଛି। ସୁରୁଖୁରୁରେ ଭୋଟିଂ ଚାଲିଥିବା ଜଣାପଡ଼ିଛି। ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଛି।

ଭୋଟିଂ ସ୍ଥାନ ଗୁଡିକରେ ସକାଳ ୭ଟାରୁ ଗହଳି ଦେଖିବାକୁ ମଳିଛି। ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ରାଜ୍ୟର ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସମେତ ମୋଟ୍‌ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେଉଛି। ଦୁଇଟି ଏନ୍‌ଏସି ଏବଂ ୨ଟି ବ୍ଲକକୁ ନେଇ ଗଠିତ ଏହି ନୂଆପଡ଼ା ନିର୍ବାଚନମଣ୍ଡଳୀର ମୋଟ୍‌ ୨ ଲକ୍ଷ ୫୪ ହଜାର ୪୯୭ ଜଣ ଭୋଟର ସେମାନଙ୍କ ମତ ସାବ୍ୟସ୍ତ କରିବେ। ଏଠାରେ ମୋଟ୍‌ ୩୫୮ଟି ବୁଥ୍‌ ରହିଥିବାବେଳେ ସେଥିରୁ ୧୦୧ଟି ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ୧୦୧ ବୁଥ୍‌ ମଧ୍ୟରୁ ୪୭ଟି ମାଓବାଦୀ ପ୍ରଭାବିତ ଅଞ୍ଚଳ ହୋଇଥିବା ବେଳେ ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳ ବୋଲି କୁହାଯାଇଛି। ତେବେ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିବ। ସେହିପରି ସାଧାରଣ ଭୋଟ୍‌ ଗ୍ରହଣ କେନ୍ଦ୍ରରେ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ଚାଲିବ ବୋଲି ଜିଲା ନିର୍ବାଚନ ଅଧିକାରୀ ସୋମବାର ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ମାଓବାଦୀ ପ୍ରଭାବିତ ବୁଥ୍‌ ମଧ୍ୟରୁ ୮ଟି ଦୁର୍ଗମ ପାହାଡିଆ ଅଞ୍ଚଳରେ ରହିଛି। ସେଗୁଡ଼ିକ ହେଉଛି ୩୨୦-ସୋସେଙ୍ଗ, ୩୨୧- ସୋସେଙ୍ଗ(୨), ୩୨୨ ଦେଓସିଲ, ୩୨୪ ସୁନାବେଡ଼ା(୧), ୩୨୫ ସୁନାବେଡ଼ା ୧(କ), ୩୨୬ ଜାମଗାଁ, ୩୨୭ ଗୋତିବେଡ଼ା ଓ ୩୨୮ ଗୋତିବେଡା(୨) ରହିଛି। ଏହି ବୁଥ୍‌ଗୁଡ଼ିକ ଅତି ସମ୍ବେଦନଶୀଳ ହୋଇଥିବାରୁ ପୋଲିଂପାର୍ଟି ସୁରକ୍ଷିତ ଯିବା ସହିତ ଶାନ୍ତିଶୃଙ୍ଖଳାର ସହ ଭୋଟ ଗ୍ରହଣ କରି ଫେରିବା ପାଇଁ ଭାରତୀୟ ବାୟୁସେନାର ବିମାନ ଉପଯୋଗ କରାଯାଇଛି। ମାଓବାଦୀ ପ୍ରଭାବିତ ୮ ବୁଥ୍‌ ଲାଗି ୬ ଜଣ ଲେଖାଏ ମୋଟ୍‌ ୪୮ ଜଣ ପୋଲିଂପାର୍ଟି ନିୟୋଜିତ ହୋଇଛନ୍ତି। ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଥରକରେ ୬ ଜଣ ଲେଖା ୮ଥରରେ ପୋଲିଂପାର୍ଟିକୁ ଦୁର୍ଗମ ଅଞ୍ଚଳରେ ଥିବା ବୁଥ୍‌ରେ ସୁରକ୍ଷିତ ଛଡ଼ାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ବିକାଶମୂଳକ କାର୍ଯ୍ୟକୁ ଆହୁରି ତ୍ୱରାନ୍ୱିତ କରିବା ଆମର ମୁଖ୍ୟ ଲକ୍ଷ୍ୟ: ରାଜସ୍ବ ମନ୍ତ୍ରୀ

ଭବାନୀପାଟଣା,୨୪।୬(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାକୁ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଝାରୀ ଦିନିକିଆ ଗସ୍ତରେ ଆସିଥିଲେ। ଏହି ସମୟରେ ଭବାନୀପାଟଣା ସ୍ଥିତ ଜିଲା…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri