ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ ୧୯ ପ୍ରାର୍ଥୀ

ନୂଆପଡ଼ା,୨୦।୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନ ଶେଷ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି।

ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri