ବଢ଼ିବ କି ଭାଜପା ଅଡ଼ୁଆ: ବିଜେଡିର ମିଶ୍ରଣ ପର୍ବରେ ୪୦ ଊର୍ଦ୍ଧ୍ୱ …

ନୂଆପଡ଼ା, ୨୬ା୧୦ (ମକାରୁ ବେମାଲ):ନୂଆପଡ଼ା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖରିଆର ରୋଡ୍‌ ଏନ୍‌ଏସିରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ଦିବଙ୍ଗତ ନେତା ରାଜେନ୍ଦ୍ର ଢୋଲକିଆଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣପୂର୍ବକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥିରେ ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର, କଳିକେଶ ନାରାୟଣ ସିଂହଦେଓ, ପ୍ରଶାନ୍ତ ମୁଦୁଲି, ଆୟୁବ ଖାନ, ଅଳକା ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ଭାଜପା ଓ କଂଗ୍ରେସର ୪୦ରୁ ଊର୍ଦ୍ଧ୍ୱ କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ରାଜେଶ ନିଗମଙ୍କ ସଂଯୋଜନାରେ ଆୟୋଜିତ ସଭାରେ ରାଜେଶ ଚୌହାନ, ନନ୍ଦଲାଲ ସିଂହ, ରୀତା କାଶ୍ୟପଙ୍କ ସମେତ ଖରିଆର ରୋଡ୍‌ ଏନ୍‌ଏସି ଅନ୍ତର୍ଗତ ୧୯ ୱାର୍ଡରୁ ଶତାଧିକ ସମର୍ଥକ ଉପସ୍ଥିତ ଥିଲେ। ନୂଆ କରି ଦଳରେ ଯୋଗ ଦେଇଥିବା ସଦସ୍ୟମାନେ ବିଜେଡି ବ୍ୟାନର ତଳେ ଖରିଆର ଓ ନୂଆପଡ଼ାର ଉନ୍ନତି ପାଇଁ ସଙ୍କଳ୍ପ ନେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri