କୋର୍‌ କମିଟି ବୈଠକ ପରେ ଏକ କ’ଣ କହିଲେ ବସନ୍ତ? ତେବେ କ’ଣ ଖୁବ୍‌ଶୀଘ୍ର ଜୟଙ୍କୁ… 

ଭୁବନେଶ୍ୱର,୧୨।୧୦: ନୂଆପଡ଼ା ଉପନିର୍ବାଚନ ପାଇଁ ଭାଜପା କୋର୍‌ କମିଟି ବୈଠକରେ ରଣନୀତି ପ୍ରସ୍ତୁତି  ହୋଇଛି। ଏହି ବୈଠକ ପରେ ବରିଷ୍ଠ ଭାଜପା ନେତା ବସନ୍ତ ପଣ୍ଡା ବଡ଼ ବୟାନ ଦେଇଛନ୍ତି। ଦଳ ଯାହାକୁ ବି ପ୍ରାର୍ଥୀ କରିବ ସେ କେମିତି ଜିତିବେ ତାହାକୁ ପ୍ରାଥମିକତା ଦିଆଯିବ ବୋଲି ସେ କହିଛନ୍ତି।
ତେବେ ଉପନିର୍ବାଚନ ନେଇ ପୂର୍ବତନ ସଭାପତି, ମନ୍ତ୍ରୀ ଓ ବିଧାୟକଙ୍କୁ ଟାସ୍କ ଦିଆଯାଇଛି। ସହମତି ଭିତ୍ତିରେ ପ୍ରାର୍ଥୀ ଦିଆଯିବ, ସେ କେମିତି ଜିତିବେ ସମସ୍ତେ କାର୍ଯ୍ୟ କରିବେ। ପ୍ରାର୍ଥୀ କିଏ ହେବେ ତାହା ସଂସଦୀୟ ବୋର୍ଡ ସ୍ଥିର କରିବ। ୧୩ରେ ନାମାଙ୍କନ ଦାଖଲ ଥିବାରୁ ଖୁବଶୀଘ୍ର ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ବୋଲି ସେ କହିଛନ୍ତି।
କହିରଖୁଛୁ ଯେ, ଏହି ଉପନିର୍ବାଚନ ପାଇଁ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଉଛି। ନଭେମ୍ବର ୧୧ରେ ଏଥିନେଇ ମତଦାନ ହେବ। ଗୋଟିଏ ପଟେ ରାଜେନ୍ଦ୍ର ଢ଼ୋଲକିଆଙ୍କ ପୁଅ ଜୟଙ୍କୁ ଭାଜପା ପ୍ରାର୍ଥୀ କରିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଥିବା ବେଳେ ବିଜେଡିର ଅଙ୍କ ଛିଣ୍ଡୁନି। କାରଣ ପୂର୍ବରୁ ଜୟଙ୍କୁ ବିଜେଡି ପ୍ରାର୍ଥୀ କରିବାକୁ ଇଚ୍ଛୁକ ଥିଲା। ହଠାତ କିନ୍ତୁ ସେ ଭାଜପା ଶିବିରରେ ଯୋଗ ଦେବା ପରେ ସବୁକିଛି ବଦଳିଯାଇଛି। ବିଜେଡିର ଆଶାୟୀଙ୍କ ଲମ୍ବା ଲାଇନ ଲାଗିଛି। ଆଗାମୀ ଦିନ କେଇଟାରେ ସବୁକିଛି ଉପରୁ ସସ୍‌ପେନ୍ସ ହଟିବ ବୋଲି ଚର୍ଚ୍ଚା ହେଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

‘ଇରାନକୁ ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ କରିଦେଇଛି’, ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବୟାନକୁ ନେଇ ସାରା ବିଶ୍ୱ ଥରହର

ନୂଆଦିଲ୍ଲୀ,୨୨।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଇରାନ ସମ୍ପର୍କରେ ଏକ…

ପ୍ରକୃତ ଖଳନାୟକ

ଚାହେଁ ଇରାନ ବିଜୟୀ ହେଉ। ବିଜୟର ଅର୍ଥକୁ ଇରାନ ଏହିପରି ପରିଭାଷିତ କରେ: ଇରାନ ଉପରେ ଅନେକ ଦଶନ୍ଧି ଧରି ଆମେରିକା ଲାଗୁକରିଥିବା କଟକଣାକୁ ହଟାଇବା ଦରକାର;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri