ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଏସ୍‌ଏସ୍‌ଆର୍‌

ଭୁବନେଶ୍ୱର, ୧୪।୯(ସୁନିତ୍‌ ମିଶ୍ର): ନୂଆପଡା ବିଧାନସଭା ଆସନରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସ୍‌ଏସ୍‌ଆର୍‌) କରାଯିବ। ଆଗକୁ ଏହି ବିଧାନସଭା ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ହିଁ ଏସ୍‌ଏସ୍‌ଆର୍‌ କରାଯିବ। ନୂଆପଡ଼ା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପନିର୍ବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ର ଧାରା ୨୧ ଅନୁଯାୟୀ ଏସ୍‌ଏସ୍‌ଆର୍‌ କରିବାକୁ ଭାରତର ନିର୍ବାଚନ ଆୟୋଗ ୧ ଜୁଲାଇ ୨୦୨୫କୁ ଯୋଗ୍ୟତା ତାରିଖ ଧାର୍ଯ୍ୟ କରିଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଏସ୍‌ଏସ୍‌ଆର ପାଇଁ କେତେଗୁଡ଼ିଏ କାର୍ଯ୍ୟସୂଚୀ ନିର୍ଦ୍ଧାରିତ କରାଯାଇଛି। ରବିବାର ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ମତଦାନ କେନ୍ଦ୍ରଗୁଡିକର ପୁନଃ ବ୍ୟବସ୍ଥାପନ ବା ପରିବର୍ତ୍ତନ କରାଯିବ। ସୋମବାର ସମନ୍ବିତ ଚିଠା ଭୋଟର ତାଲିକା ପ୍ରକାଶ କରାଯିବ। ଆସନ୍ତା ୧୫ରୁ ୨୯ ତାରିଖ ମଧ୍ୟରେ ଭୋଟରମାନେ ସେମାନଙ୍କ ଦାବି ଓ ଆପତ୍ତି ଜଣାଇପାରିବେ।

ଅକ୍ଟୋବର ୭ ତାରିଖରେ ସବୁ ଦାବି ଏବଂ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ୨୦୨୪ ନିର୍ବାଚନରେ ନୂଆପଡ଼ା ବିଧାନସଭା କ୍ଷେତ୍ର(୭୧)ରୁ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ଗତ ୮ ତାରିଖରେ ତାଙ୍କର ଦେହାନ୍ତ ହୋଇଯାଇଛି। ଢୋଲକିଆଙ୍କ ଦେହାନ୍ତ ପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀର ଆସନ ଖାଲି ନେଇ ଗତ ୧୧ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇସାରିଛି। ନିୟମାନୁଯାୟୀ କୌଣସି ଆସନ ଖାଲି ହେବାର ୬ ମାସ ମଧ୍ୟରେ ସେଠାରେ ଉପନିର୍ବାଚନ କରାଯିବ। ସେହି କ୍ରମରେ ଏବେଠାରୁ ନୂଆପଡ଼ା ଉପନିର୍ବାଚନ ଲାଗି ନିର୍ବାଚନ କମିଶନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ଆଗକୁ ବିହାର ନିର୍ବାଚନ ହେବାକୁ ଯାଉଛି। ତେଣୁ ବିହାର ନିର୍ବାଚନ ନେଇ ଘୋଷଣା ହେବାବେଳେ ନୂଆପଡ଼ା ଆସନର ଉପନିର୍ବାଚନ ତାରିଖ ମଧ୍ୟ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ

ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍‌ ପରିମାଣ ରାଜସ୍ବ…

ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର…

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?