ନୂଆପଡ଼ା ଉପନିର୍ବାଚନ: ପ୍ରାର୍ଥୀ ଘୋଷଣା କରି ଚମକାଇଲା ବିଜେଡି

ଭୁବନେଶ୍ୱର/ନୂଆପଡ଼ା,୧୫ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି ନବୀନ। ଅତାବିରାରୁ ୨ ଥର ବିଧାୟିକା ହୋଇଛନ୍ତି ସ୍ନେହାଙ୍ଗିନୀ।

ସୂଚନା ଥାଉକି, ନୂଆପଡ଼ା ଜିଲା ସଭାପତି ଥିବା ମନୋଜ ମିଶ୍ର, ଆଦିବାସୀ ଚେହେରା ଭାବେ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଥିବା ତାରେଶ୍ୱରୀ ସାହୁ ଏବଂ ରମାକାନ୍ତ ଠାକୁରଙ୍କ ଭଳି କେତେଜଣଙ୍କ ନାଁକୁ ନେଇ ଦଳର ବରିଷ୍ଠ ନେତାମାନେ ଚର୍ଚ୍ଚା କରୁଥିଲେ। ଶେଷରେ ସମସ୍ତଙ୍କୁ ଚମକାଇ ସ୍ନେହାଙ୍ଗିନୀ ପ୍ରାର୍ଥୀ କରିଛି ବିଜେଡି।

ଜିଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି। ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।

ନୂଆପଡ଼ା ଉପନିର୍ବାଚନ ପାଇଁ  ପ୍ରଥମେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବାବେଳେ ଭାଜପା ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି। ଆଜି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି। ତେବେ ଦେଖାଯାଉ ଏହି ୩ ଦଳ ମଧ୍ୟରୁ କିଏ ନୂଆପଡ଼ାରେ ବାଜି ମାରୁଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯...

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର...

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri