ନୂଆପଡ଼ା ଉପନିର୍ବାଚନ: ପ୍ରାର୍ଥୀ ଘୋଷଣା କରି ଚମକାଇଲା ବିଜେଡି

ଭୁବନେଶ୍ୱର/ନୂଆପଡ଼ା,୧୫ା୧୦(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନକୁ ନେଇ ଆସିଲା ବଡ଼ ଖବର। ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ବିଜେଡି। ଏନେଇ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି ନବୀନ। ଅତାବିରାରୁ ୨ ଥର ବିଧାୟିକା ହୋଇଛନ୍ତି ସ୍ନେହାଙ୍ଗିନୀ।

ସୂଚନା ଥାଉକି, ନୂଆପଡ଼ା ଜିଲା ସଭାପତି ଥିବା ମନୋଜ ମିଶ୍ର, ଆଦିବାସୀ ଚେହେରା ଭାବେ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଥିବା ତାରେଶ୍ୱରୀ ସାହୁ ଏବଂ ରମାକାନ୍ତ ଠାକୁରଙ୍କ ଭଳି କେତେଜଣଙ୍କ ନାଁକୁ ନେଇ ଦଳର ବରିଷ୍ଠ ନେତାମାନେ ଚର୍ଚ୍ଚା କରୁଥିଲେ। ଶେଷରେ ସମସ୍ତଙ୍କୁ ଚମକାଇ ସ୍ନେହାଙ୍ଗିନୀ ପ୍ରାର୍ଥୀ କରିଛି ବିଜେଡି।

ଜିଲାରେ ୭୦ ପ୍ରତିଶତ ଆସିବାସୀ ଶ୍ରେଣୀର ଲୋକ ବାସ କରୁଥିବା ବେଳେ ୧ ଲକ୍ଷ ୫ ହଜାର ଭୋଟ ରହିଛି। ନୂଆପଡା ନିର୍ବାଚନ ମଣ୍ଡଳୀରେ ମୋଟ ୨ ଲକ୍ଷ ୫୩ ହଜାର ୬୨୪ ଖଣ୍ଡ ଭୋଟ ରହିଥିବା ବେଳେ ୬୦ ପ୍ରତିଶତ ଆଦିବାସୀ ଭୋଟ ରହିଛି।

ନୂଆପଡ଼ା ଉପନିର୍ବାଚନ ପାଇଁ  ପ୍ରଥମେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବାବେଳେ ଭାଜପା ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି। ଆଜି ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି। ତେବେ ଦେଖାଯାଉ ଏହି ୩ ଦଳ ମଧ୍ୟରୁ କିଏ ନୂଆପଡ଼ାରେ ବାଜି ମାରୁଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ଫାଇନାଲ ହେଲା ଡିଲ୍‌? ପରମାଣୁ ଅସ୍ତ୍ର ନିର୍ମାଣ କରିବ ନାହିଁ ଇରାନ; ତେଲ କଟକଣା ବି ପ୍ରତ୍ୟାହାର

ତେହରାନ,୧୪।୬: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନା ସମ୍ପର୍କରେ ବିଭିନ୍ନ ବିବରଣୀ ସାମ୍ନାକୁ ଆସିଛି। ଜଣେ ବରିଷ୍ଠ ଇରାନୀ ଅଧିକାରୀ ଏକ ସମ୍ବାଦ ସଂସ୍ଥାକୁ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri