ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ: ଫେରିଲେ କନ୍ଧମାଳ ଭାଜପା ନେତା, କର୍ମୀ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାରର ରବିବାର ଥିଲା ଶେଷ ଦିନ। ଏହି ଅବସରରେ କନ୍ଧମାଳ ଜିଲାର ବହୁ ଭାଜପା ନେତା ଓ କର୍ମୀ ପ୍ରଚାର ସମାପ୍ତ କରି ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ନିଜ ନିଜ ଅଞ୍ଚଳକୁ ଫେରିଛନ୍ତି।

କନ୍ଧମାଳରୁ ଯାଇଥିବା ଭାଜପା କର୍ମୀମାନେ ନୂଆପଡ଼ା ନିର୍ବାଚନ ମଣ୍ଡଳୀର ଗାଁ ଗାଁରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା, ଯଥା: ବିକଶିତ ଗାଁ ବିକଶିତ ଓଡ଼ିଶା, ସୁଭଦ୍ରା ଯୋଜନା, ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ଆୟୁଷ୍ମାନ କାର୍ଡର ଫାଇଦା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଥିଲେ।

ଦାରିଙ୍ଗବାଡ଼ି ବ୍ଲକର ସୁକାନ୍ତ କୁମାର ସାହୁ (ରାଜ୍ୟ ପରିଷଦ ସଦସ୍ୟ)ଙ୍କୁ ଜୟଜଙ୍ଘା ମଣ୍ଡଳର ଆମାନାରା ପଞ୍ଚାୟତ ଦାୟିତ୍ୱ ଦିଆଯାଇଥିଲା। ସେଠାରେ ୮ଟି ବୁଥ୍‌ରେ ମୋଟ୍ ୫ ହଜାର ୪୮ ଜଣ ମତଦାତା ଅଛନ୍ତି। ସେ ଓ ତାଙ୍କ ସହ କନ୍ଧମାଳ ଜିଲା ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ ଏବଂ ରଞ୍ଜନ କୁମାର ସାହୁ ମିଳିତ ଭାବେ ସେଠାରେ ବ୍ୟାପକ ପ୍ରଚାର କରିଥିଲେ।

କନ୍ଧମାଳ ଜିଲା ସାଧାରଣ ସମ୍ପାଦକ ମାନଗୋବିନ୍ଦ ପ୍ରଧାନ ସୂଚନା ଦେଇଛନ୍ତି ଯେ ପ୍ରଚାର ସମୟରେ ବିଭିନ୍ନ ଗାଁରେ ହୋଇଥିବା ବୈଠକରେ ପ୍ରାୟ ଦେଢ଼ ଶହ ବିଭିନ୍ନ ଦଳର (କଂଗ୍ରେସ, ବିଜେଡି) କର୍ମୀ, ବିଜେଡିର ଲୋକ ପ୍ରତିନିଧି ଏବଂ ସଭାପତି ପ୍ରମୁଖ ଭାଜପାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲା ମାଟ୍ରିକ୍‌ ଫଳ: କମିଛି ପାସ୍‌ ହାର, ବଢ଼ିଛି A-1 ଗ୍ରେଡ୍‌

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ଗତବର୍ଷ ଏବଂ ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳକୁ ତୁଳନା କଲେ ସମାନ ଦିନରେ ପରୀକ୍ଷାଫଳ ପ୍ରକାଶ ପାଇଛି। କିନ୍ତୁ ଏଥର ପରୀକ୍ଷାଫଳ ଗତବର୍ଷ ପରୀକ୍ଷା ଫଳ…

ବିନା ଟ୍ୟୁସନରେ ମାଟ୍ରିକ୍‌ ଟପ୍ପର, ବଡ଼ ହେଲେ ଡାକ୍ତର ହେବେ କହିଲେ ଦୀପଶିଖା

ବରଗଡ଼,୩ା୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟରେ ପାଠପଢ଼ା ବ୍ୟତୀତ ଘରେ ଦୈନିକ ୬ରୁ ୭ଘଣ୍ଟା ପଢ଼ୁଥିଲି। ଟ୍ୟୁସର ପଢ଼ୁ ନ ଥିଲି। ପଦ୍ମପୁରସ୍ଥିତ ନାନା ମମତା(ବାପାଙ୍କ ଭଉଣୀ) ଘରେ ରହୁଛନ୍ତି…

ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣା: ବ୍ୟବଚ୍ଛେଦ ରିପୋର୍ଟକୁ ବିରୋଧ କରି ଧାରଣା ଦେବା ପରେ…

ଦାରିଙ୍ଗବାଡ଼ି,୩ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଦନେକବାଡ଼ି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମ ବଲାମାହା ଜଙ୍ଗଲ ଡବାଡ଼ଙ୍ଗା ଗଛରେ ଗତ ସୋମବାର ଉଜ୍ଜ୍ବଳ ସିଂ ଦିଗାଲଙ୍କ ଝୁଲନ୍ତା…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା…

ସପ୍ତାହେ ହେଲା ନିଖୋଜ ଥିଲେ, ପରିତ୍ୟକ୍ତ କୋଠାରୁ ଜବତ ହେଲା ମୃତଦେହ; କାରଣ ଖୋଜୁଛି…

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡା ନିକଟ ଚାଞ୍ଚଡାପଲ୍ଲୀ ଗ୍ରାମ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ପରିତ୍ୟକ୍ତ କୋଠାରୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ଅଭିଷେକ ହେଲେ ଦିଗପହଣ୍ଡି ବ୍ଳକ ଟପ୍ପର 

ଦିଗପହଣ୍ଡି,୨|୫(ଅଶେଷ ନାଥ ମିଶ୍ର) ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ ବୋର୍ଡ଼ ବାର୍ଷିକ ପରୀକ୍ଷା ଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଥିବା ବେଳେ ଦିଗପହଣ୍ଡି …

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri