ନୂଆପଡା ପାଇଁ ପ୍ରାର୍ଥୀ ଘୋଷଣା, ରାଜନୀତରେ ହଲଚଲ

ନୂଆପଡା,୭।୧୦: ନୂଆପଡା ଉପନିର୍ବାଚନ ପାଇଁ ବିଗୁଲ ବାଜିବା ପରେ କମ୍ପିଲାଣି ପ୍ରଚାର ମୈଦାନ । ନୂଆପଡା ଦଖଲ ପାଇଁ ୩ ଦଳ ନିଜ ଢଙ୍ଗରେ ପ୍ରସ୍ତୁତ କଲେଣି ରଣନୀତି । ଏହାରି ଭିତରେ କଂଗ୍ରେସ କରିଛି ବଡ଼ ଘୋଷଣା। ନୂଆପଡା ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ଏଆଇସିସି ପକ୍ଷରୁ ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରାଯାଇଛି । ପ୍ରେସ ରିଲିଜ ଜାରି କରି କଂଗ୍ରେସ କହିଛି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓଡ଼ିଶା ବିଧାନସଭାର ଆଗାମୀ ଉପ-ନିର୍ବାଚନ ପାଇଁ ୭୧ତମ ନୂଆପଡ଼ା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ପ୍ରାର୍ଥୀ ଭାବରେ ଘାସିରାମ ମାଝୀଙ୍କ ପ୍ରାର୍ଥୀତ୍ୱକୁ ଅନୁମୋଦନ କରିଛନ୍ତି।

A man with short dark hair and a mustache smiles while pressing his palms together in a greeting gesture, wearing a light yellow collared shirt against a plain gray background.

ସେପଟେ ଚର୍ଚ୍ଚା ହେଉଛି ଆଦିବାସୀ ପ୍ରାର୍ଥୀ ଦେବ କି ଭାଜପା? ଭାଜପା ପ୍ରଭାରୀ ଲତା ଉସେଣ୍ଡିଙ୍କ ବୟାନ ପରେ ବଢିଲା ଚର୍ଚ୍ଚା। ନୂଆପଡାରେ ଆଦିବାସୀଙ୍କ ସଂଖ୍ୟା ଅଧିକ ରହିଛି। ତେବେ ଏହାକୁ ଦୃଷ୍ଟିରେ ରଖି ଆଦିବାସୀ ଚେହେରା ଦେଇପାରେ ଭାଜପା। ସ୍ଥାନୀୟ ଲୋକଙ୍କ ଭାବନାକୁ ଦୃଷ୍ଟିରେ ରଖି ପ୍ରାର୍ଥୀ ଦିଆଯିବ ବୋଲି ଲତା ଉସେଣ୍ଡି କହିଛନ୍ତି।

ନୂଆପଡ଼ା ଆସନ ବିଜେଡି ଖାତାରେ ଥିବାରୁ ଏହାକୁ ବଜାୟ ରଖିବା ଦଳ ପାଇଁ ଏସିଡ ଟେଷ୍ଟ ଠାରୁ କମ ନୁହେଁ । ଦଳ କ୍ଷମତା ବାହାରେ ଥାଇ ପ୍ରଥମ ଉପ-ନିର୍ବାଚନ ଲଢୁଛି । ହେଲେ ବିଜୟ ନେଇ ଦମ୍ଭୋକ୍ତି ବାଢ଼ିଛି ବିଜେଡି ।

 

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri