ନୂଆପଡ଼ା ଉପନିର୍ବାଚନ: ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ପ୍ରାର୍ଥୀ

ନୂଆପଡ଼ା,୧୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ଏଥିରେ ଅତିରିକ୍ତ ଶାସନ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତଥା ନିର୍ଦ୍ଦେଶକ ଟାଉନ ପ୍ଲାନିଂ ଶତୃଘ୍ନ କର ଯୋଗଦେଇ ସମ୍ପୃକ୍ତ ଅଧିକାରୀମାନଙ୍କୁ ତାଲିମ ଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଅତିରିକ୍ତ ଶାସନ ସଚିବ କର ସମ୍ପୂର୍ଣ୍ଣ ନିରପେକ୍ଷ ଭାବରେ ନିର୍ବାଚନ ପରିଚାଳନା କରିବା ପାଇଁ ଅଧିକାରୀଙ୍କୁ ସୂଚନା ପ୍ରଦାନ କରିଥିଲେ।

ଏଥର ଉପ ନିର୍ବାଚନରେ ଜଣେ ପ୍ରାର୍ଥୀ ଅଧିକତମ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ପ୍ରଚାର ପ୍ରସାର, ବିଜ୍ଞାପନ, ସଭା ସମିତି, କ୍ୟାମ୍ପେନ ସାମଗ୍ରୀ, ଖାଦ୍ୟପେୟ ସବୁ ଆଇନ ଅନୁମୋଦିତ ଖର୍ଚ୍ଚ ବୋଲି ଧରାଯିବ l କିନ୍ତୁ ଭୋଟ ବଦଳରେ ଟଙ୍କା, ଉପହାର, ଖାଦ୍ୟ, ମଦ, କୁକୁଡ଼ା, ଲୁଗାପଟା ବାଣ୍ଟିବା, ପେଡ ନ୍ୟୁଜ ଛାପିବା ବେଆଇନ। ଅଧିକାରୀମାନେ ପ୍ରାର୍ଥୀ ଓ ଦଳମାନଙ୍କ ବ୍ୟୟ ଉପରେ କଡା ନଜର ରଖିବେ। ଷ୍ଟାର ପ୍ରଚାରକଙ୍କ ଖର୍ଚ୍ଚ ମଧ୍ୟ ଜଗିବେ।

ସବୁ ପ୍ରାର୍ଥୀ ନିଜ ନାମରେ ଏକ ନୂତନ ବ୍ୟାଙ୍କ ଆକାଉଣ୍ଟ ଖୋଲି କେବଳ ସେଥିରୁ ହିଁ ଅନୁମୋଦିତ ରାଶି ଖର୍ଚ୍ଚ କରି ପାରିବେ। ଅନ୍ୟଥା ତାଙ୍କର ପ୍ରାର୍ଥତ୍ତ୍ୱ ନାକଚ ହୋଇଯିବ। ଅବକାରୀ ଅଧୀକ୍ଷକଙ୍କୁ ଜିଲାର ବେଆଇନ ମଦ ବିକ୍ରି ଉପରେ ତୀକ୍ଷ୍ମ ନଜର ରଖିବେ ବୋଲି କହିଥିଲେ। ସମସ୍ତେ ସଚେତନ ହୋଇ କାମ କଲେ ଏକ ଅବାଧ, ନିରପେକ୍ଷ ନିର୍ବାଚନ ସମ୍ଭବ ହେବ ବୋଲି କର ଆଶା ପ୍ରକାଶ କରିଥିଲେ।

ଏହି ବୈଠକରେ ଏସ୍‌ପି ଅମ୍ରିତ ପାଲ ସିଂ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ପ୍ରଫୁଲ୍ଲ କୁଜୁର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଏସ୍‌ପି ରଣଜିତ ନାୟକ, ଉପ ଜିଲାପାଳ ସୁର୍ମି ସୋରେନ, ସମସ୍ତ ତହସିଲଦାର, ଡେପୁଟି କଲେକ୍ଟର (ନିର୍ବାଚନ) ଶେଖ ନସିମ, ନିର୍ବାଚନ ଖର୍ଚ୍ଚ ସମୀକ୍ଷା ଅଧିକାରୀ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri