ନୂଆପଡ଼ା ଉପନିର୍ବାଚନ: ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ ପ୍ରାର୍ଥୀ

ନୂଆପଡ଼ା,୧୧ା୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସମଗ୍ର ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି l ଏହି ସମୟରେ ନିର୍ବାଚନ ଖର୍ଚ୍ଚ ତଦାରଖ ପାଇଁ ନିଯୁକ୍ତ ଅଧିକାରୀମାନଙ୍କୁ ନିଜ କର୍ତ୍ତବ୍ୟ ସମ୍ବନ୍ଧରେ ଅବଗତ କରିବା ପାଇଁ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

ଏଥିରେ ଅତିରିକ୍ତ ଶାସନ ସଚିବ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ତଥା ନିର୍ଦ୍ଦେଶକ ଟାଉନ ପ୍ଲାନିଂ ଶତୃଘ୍ନ କର ଯୋଗଦେଇ ସମ୍ପୃକ୍ତ ଅଧିକାରୀମାନଙ୍କୁ ତାଲିମ ଦେଇଥିଲେ। ପ୍ରାରମ୍ଭରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ କରିଥିଲେ। ଅତିରିକ୍ତ ଶାସନ ସଚିବ କର ସମ୍ପୂର୍ଣ୍ଣ ନିରପେକ୍ଷ ଭାବରେ ନିର୍ବାଚନ ପରିଚାଳନା କରିବା ପାଇଁ ଅଧିକାରୀଙ୍କୁ ସୂଚନା ପ୍ରଦାନ କରିଥିଲେ।

ଏଥର ଉପ ନିର୍ବାଚନରେ ଜଣେ ପ୍ରାର୍ଥୀ ଅଧିକତମ ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରିପାରିବେ। ପ୍ରଚାର ପ୍ରସାର, ବିଜ୍ଞାପନ, ସଭା ସମିତି, କ୍ୟାମ୍ପେନ ସାମଗ୍ରୀ, ଖାଦ୍ୟପେୟ ସବୁ ଆଇନ ଅନୁମୋଦିତ ଖର୍ଚ୍ଚ ବୋଲି ଧରାଯିବ l କିନ୍ତୁ ଭୋଟ ବଦଳରେ ଟଙ୍କା, ଉପହାର, ଖାଦ୍ୟ, ମଦ, କୁକୁଡ଼ା, ଲୁଗାପଟା ବାଣ୍ଟିବା, ପେଡ ନ୍ୟୁଜ ଛାପିବା ବେଆଇନ। ଅଧିକାରୀମାନେ ପ୍ରାର୍ଥୀ ଓ ଦଳମାନଙ୍କ ବ୍ୟୟ ଉପରେ କଡା ନଜର ରଖିବେ। ଷ୍ଟାର ପ୍ରଚାରକଙ୍କ ଖର୍ଚ୍ଚ ମଧ୍ୟ ଜଗିବେ।

ସବୁ ପ୍ରାର୍ଥୀ ନିଜ ନାମରେ ଏକ ନୂତନ ବ୍ୟାଙ୍କ ଆକାଉଣ୍ଟ ଖୋଲି କେବଳ ସେଥିରୁ ହିଁ ଅନୁମୋଦିତ ରାଶି ଖର୍ଚ୍ଚ କରି ପାରିବେ। ଅନ୍ୟଥା ତାଙ୍କର ପ୍ରାର୍ଥତ୍ତ୍ୱ ନାକଚ ହୋଇଯିବ। ଅବକାରୀ ଅଧୀକ୍ଷକଙ୍କୁ ଜିଲାର ବେଆଇନ ମଦ ବିକ୍ରି ଉପରେ ତୀକ୍ଷ୍ମ ନଜର ରଖିବେ ବୋଲି କହିଥିଲେ। ସମସ୍ତେ ସଚେତନ ହୋଇ କାମ କଲେ ଏକ ଅବାଧ, ନିରପେକ୍ଷ ନିର୍ବାଚନ ସମ୍ଭବ ହେବ ବୋଲି କର ଆଶା ପ୍ରକାଶ କରିଥିଲେ।

ଏହି ବୈଠକରେ ଏସ୍‌ପି ଅମ୍ରିତ ପାଲ ସିଂ, ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ପ୍ରଫୁଲ୍ଲ କୁଜୁର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ଅତିରିକ୍ତ ଏସ୍‌ପି ରଣଜିତ ନାୟକ, ଉପ ଜିଲାପାଳ ସୁର୍ମି ସୋରେନ, ସମସ୍ତ ତହସିଲଦାର, ଡେପୁଟି କଲେକ୍ଟର (ନିର୍ବାଚନ) ଶେଖ ନସିମ, ନିର୍ବାଚନ ଖର୍ଚ୍ଚ ସମୀକ୍ଷା ଅଧିକାରୀ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ: ଅଟକିଲା ଆମ୍ବୁଲାନ୍ସ, ଗାଡି ପାଉ ନ ଥିଲେ ଲୋକେ

ନୂଆପଡ଼ା,୮ା୧୧ (ମକାରୁ ବେମାଲ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରୋଡ୍‌ ଶୋରେ ନୂଆପଡ଼ା ସହରର ଏକତା ଛକ ଓ ଖରିଆର ରୋଡ୍‌ ଏନ୍‌ଏସରେ ପ୍ରବଳ ଭିଡ଼...

ଭାରତକୁ ଆଖି ଦେଖାଇଲା ପାକିସ୍ତାନ! ବାଂଲାଦେଶରୁ କଲା ଗର୍ଜନ…

ଢାକା,୯।୧୧: ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ହେବା ପରଠାରୁ, ପାକିସ୍ତାନ ସହିତ ବାଂଲାଦେଶର ସମ୍ପର୍କରେ ଯଥେଷ୍ଟ ଉନ୍ନତି ଆସିଛି। ଏହା ପ୍ରଥମ ଥର ପାଇଁ...

ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ...

ମ୍ୟାନ ଅଫ ଦି ମ୍ୟାଚ ଖେଳାଳି କେତେ ଟଙ୍କା ପାଆନ୍ତି? ଏହା ମ୍ୟାଚ ଫି ଠାରୁ କେତେ କମ

ନୂଆଦିଲ୍ଲୀ,୯।୧୧: ନିକଟରେ, ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରି ମହିଳା ODI ବିଶ୍ୱକପ ଜିତିଥିଲା। ଫାଇନାଲ ମ୍ୟାଚରେ, ଶାଫାଲି ବର୍ମା ଏକ ଚମତ୍କାର ଇନିଂସ...

ଦାରିଙ୍ଗବାଡିରେ ଖସୁଛି ପାରଦ: ୨ ଦିନ ହେଲା ଶୀତ, ନିଆଁ ଲଗାଇ ବସୁଛନ୍ତି…

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିକୁ ଶୀତ ଆସିବାରେ ବିଳମ୍ବ ହୋଇଛି । ତେବେ ଗତ ୨ ଦିନ ହେଲା ପାରଦ ଖସୁଛି ଏବଂ...

ବିଜେଡି, ଭାଜପାର ରୋଡ୍‌ ଶୋ’କୁ ନେଇ ଚର୍ଚ୍ଚା

ନୂଆପଡ଼ା,୯ା୧୧(ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଶେଷ ପର୍ଯ୍ୟାୟରେ। ରବିବାର ପ୍ରଚାର ଶେଷ ହୋଇଯିବ। ଅପରାହ୍ନ ୪ଟା ସୁଦ୍ଧା ନୂଆପଡ଼ା ଛାଡ଼ି ଚାଲିଯିବାକୁ ବାହାର ନେତା...

ନୂଆପଡ଼ା ଉପନିର୍ବାଚନ ବିଜୟ ପାଇଁ ପ୍ରମୁଖ ଦଳର କସରତ୍‌

ନୂଆପଡ଼ା,୯ା୧୧ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପ୍ରଚାର ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ଏହାକୁ ନେଇ ଆଲୋଚନା ସେତେ...

ଘାସିରାମ ନିଷ୍କଳଙ୍କ: ଚେୟାରମ୍ୟାନ ଥାଇ ନିଜ ବିଡିଓଙ୍କୁ ଧରାଇଥିଲେ ଭିଜିଲାନ୍ସ ହାତରେ

ନୂଆପଡ଼ା,୯ା୧୧ (ମକାରୁ ବେମାଲ): କଂଗ୍ରେସ ହେଉଛି ଏକମାତ୍ର ଦଳ ଯିଏ ଏହି ମାଟିର ମଣିଷ, ନିଷ୍କଳଙ୍କ ବ୍ୟକ୍ତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଛି। କଂଗ୍ରେସ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri