ନୂଆପଡ଼ା ଉପନିର୍ବାଚନ: ପ୍ରାର୍ଥୀ ଘୋଷଣାରେ ଆଗରେ କଂଗ୍ରେସ

ନୂଆପଡ଼ା,୧୧ା୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ମତା ସେତିକି ସରଗରମ ହେବାରେ ଲାଗିଛି। ୩ ପ୍ରମୁଖ ଦଳ ମଧ୍ୟରୁ କଂଗ୍ରେସ ପ୍ରାର୍ଥୀ ଘୋଷଣାରେ ଆଗରେ ରହିଛି। ବିଜେଡିର ପ୍ରାର୍ଥୀ ଘୋଷଣା ହୋଇ ନ ଥିଲେ ମଧ୍ୟ ପଦଯାତ୍ରା ମାଧ୍ୟମରେ ପ୍ରଚାର କାର୍ଯ୍ୟ ଆରମ୍ଭ କରିଛି। ଭାଜପା ପ୍ରାର୍ଥୀ ଘୋଷଣା କରିବା ନେଇ ଅଡୁଆରେ ପଡିଯାଇଛି। ଆଶାୟୀଙ୍କ ଲମ୍ବା ଲାଇନ ଥିବାରୁ ନୂଆ ମୁହଁ ନ ଅନ୍ୟ କିଏ ତାକୁ ନେଇ ଚର୍ଚ୍ଚା ହେଉଛି। ନୂଆପଡା ଜିଲାକୁ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଗସ୍ତ କରିଥିଲେ ମଧ୍ୟ ପ୍ରାର୍ଥୀ ଚୟନ ହୋଇପାରି ନ ଥିବାରୁ ଆଶାୟୀଙ୍କ ମଧ୍ୟରେ ଅଶାନ୍ତି ବଢିବାରେ ଲାଗିଛି। ଏହା ପୂର୍ବରୁ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଓ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗସ୍ତ କରିଥିଲେ। ନଭେମ୍ବର ୧୧ରେ ନୂଆପଡା ଉପନିର୍ବାଚନ ହୋଇ ୧୪ରେ ଗଣତି ହେବ। ଅକ୍ଟୋବର ୨୦ରେ ପ୍ରାର୍ଥତ୍ପତ୍ର ଦାଖଲର ଶେଷ ତାରିଖ ରହିଛି। ହେଲେ ଏଯାଏ ଭାଜପା ପ୍ରାର୍ଥୀ ଘୋଷଣା କରି ନାହିଁ। କଂଗ୍ରେସ ପ୍ରାର୍ଥୀ ଘୋଷଣା କରି ଭୋଟ ହାତେଇବା ପାଇଁ ଭୋଟରଙ୍କ ନିକଟତର ହେବାରେ ଲାଗିଛି। ବିଜେଡିରେ ଆଶାୟୀ ପ୍ରାର୍ଥୀଙ୍କ ନାମ ଆସୁ ନ ଥିବାବେଳେ ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁତ୍ର ଜୟ ଢୋଲକିଆଙ୍କ ନାମ ଶୁଣିବାକୁ ମିଳୁଛି। ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଅନ୍ୟ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ, ଜିଲାର ତୁଙ୍ଗ ନେତା ଓ କର୍ମୀ ପଦଯାତ୍ରା ମାଧ୍ୟମରେ ପ୍ରଚାର କାର୍ଯ୍ୟ ଆରମ୍ଭ କରି ଦେଲେଣି। ଭାଜପାରୁ ପ୍ରାର୍ଥୀ କିଏ ହେବ ତାହାକୁ ନେଇ କଳ୍ପନାଜଳ୍ପନା ଲାଗି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା, ଶିନ୍ଦେ ସେନା ଛକାପଞ୍ଝା

ମୁମ୍ବାଇ,୨୨ା୧: ଏସିଆର ସବୁଠୁ ଧନୀ ମହାନଗର ନିଗମ ବିଏମ୍‌ସି ନିର୍ବାଚନ ଜାନୁଆରୀ ୧୫ରେ ଅନୁଷ୍ଠିତ ହୋଇଥିଲା। ୨୨୭ ଆସନ ବିଶିଷ୍ଟ ବିଏମ୍‌ସି ଦଖଲ ପାଇଁ ମ୍ୟାଜିକ୍‌...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri