ନୂଆପଡ଼ା ଉପନିର୍ବାଚନ: ଚାଲିଛି ଗଣତି, ଜୟ ଢୋଲକିଆ କହିଲେ ଜନତା ମୋତେ…

ନୂଆପଡ଼ା,୧୪ା୧୧: ଶୁକ୍ରବାର ନୂଆପଡ଼ା ଉପନିର୍ବାଚନର ଗଣତି ଚାଲିଛି। ୪ର୍ଥ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ତେବେ ୪ ରାଉଣ୍ଡରେ ପଛରେ ପଡ଼ିଯାଇଛନ୍ତି ବିଜେଡି ପ୍ରାର୍ଥତ୍ନୀ ସ୍ନେହାଙ୍ଗିନୀ ଛୁରିଆ।

ଆଗୁଆ ଥିବା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ କହିଛନ୍ତି, ଲୋକମାନେ ତାଙ୍କ ସେବା କରିବାକୁ ଏ ସେବକଙ୍କୁ ଆଶୀର୍ବାଦ ଦେଇଛନ୍ତି। ଜନତା ହିଁ ମୋତେ ଜିତାଇବେ ବୋଲି ଜୟ କହିଛନ୍ତି।

ସୂଚନା ଥାଉକି, ଚତୁର୍ଥ ରାଉଣ୍ଡ ସୁଦ୍ଧା ଜୟ ଢୋଲକିଆ ୧୨ ହଜାର ୮୧୫ ଭୋଟ୍‌ରେ ଆଗୁଆ ରହିଛନ୍ତି। ଢୋଲକିଆଙ୍କୁ ୧୮୯୦୩ ଭୋଟ୍‌ ମିଳିଥିବାବେଳେ ଘାସିରାମଙ୍କୁ ୬୦୮୮ ଭୋଟ୍‌ ମିଳିଛି। ତେବେ ତୃତୀୟ ସ୍ଥାନରେ ଥିବା ସ୍ନେହାଙ୍ଗିନୀଙ୍କୁ ୫୩୨୦ ଖଣ୍ଡ ଭୋଟ୍‌ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାତ୍ରିକାଳୀନ କ୍ରିକେଟ ଟୁର୍ନାମେଣ୍ଟ: ବେଲଖଣ୍ଡି ଦଳ ଚାମ୍ପିୟନ

କର୍ଲାମୁଣ୍ଡା:୪/୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରିଷିଡା ପଞ୍ଚାୟତ ଅନ୍ତର୍ଗତ ଗାନ୍ଧିନଗର ପଡାଠାରେ ଗାନ୍ଧିନଗର କ୍ରିକେଟ କମିଟି ପକ୍ଷରୁ ୨ ଦିନଧରି ରାତ୍ରି କାଳୀନ…

କନ୍ୟାର ବୟସ ହୋଇନଥିବା ଶୁଣି ବେଦିରୁ ଉଠିଗଲେ ପୁରୋହିତ, ରୋକିଲେ ବାଲ୍ୟବିବାହ

ପାରଳାଖେମୁଣ୍ଡି,୫।୫ (ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକରେ ନିକଟରେ ଏକ ବାଲ୍ୟବିବାହକୁ ଜିଲା ପ୍ରଶାସନ ରୋକିଥିବା ବେଳେ ସୋମବାର ଆଉ ଏକ ବାଲ୍ୟବିବାହକୁ ପ୍ରଶାସନ ରୋକିଛି।…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ…

ଗୁଜରାଟରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶା ପାଇଁ…

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ହାଇଦ୍ରାବାଦ ଓ କୋଲକାତା ପରେ ମଙ୍ଗଳବାର ଗୁଜରାଟରେ ରୋଡ୍‌ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଷକଙ୍କୁ ଆହ୍ବାନ କରିବେ।…

ଅସ୍ତିତ୍ୱ ଖୋଜୁଛି ଜଳାଶୟ, ସଭିଁଏ ନୀରବ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଏକଦା ବନ୍ଧ, କଟା ଭଳି ଅନେକ ଜଳାଶୟ ରହିଥିଲା। ଦୂରଦୃଷ୍ଟି ରଖି ପୂର୍ବପୁରୁଷମାନେ ନିଜେ ଶ୍ରମଦାନ କରି ସେଗୁଡ଼ିକ ଖୋଲିଥିଲେ। ସେହି ଜଳାଶୟ…

ସାଧାରଣ ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର, ଗ୍ୟାସ ସିଲିଣ୍ଡର, ପେଟ୍ରୋଲ, ଡିଜେଲକୁ ନେଇ ବଡ଼ ପ୍ରତିଶ୍ରୁତି ଦେଲେ ସରକାର

ନୂଆଦିଲ୍ଲୀ,୫।୫: ସୋମବାର, ସରକାର ପ୍ରତିଶ୍ରୁତି ଦେଇଥିଲେ ଯେ, ପଶ୍ଚିମ ଏସିଆରେ ଉତ୍ତେଜନା ସତ୍ତ୍ୱେ, ଘରୋଇ LPG ଏବଂ ଇନ୍ଧନର ଯୋଗାଣ ସ୍ଥିର ଏବଂ ନିରବଚ୍ଛିନ୍ନ ରହିଛି। ପେଟ୍ରୋଲ,…

ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ…

ଓଏଏସ୍‌ ସ୍ତରରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୫।୫(ସୁନିତ୍‌ ମିଶ୍ର):ଓଏଏସ୍‌ ଅଫିସରସ୍ତରରେ ସୋମବାର ଏକ ଛୋଟ ଧରଣର ଅଦଳବଦଳ ହୋଇଛି। ଓଏଏସ୍‌ ଅଫିସର ପ୍ରଶାନ୍ତ କୁମାର ନାୟକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri