ନୂଆପଡ଼ା ଉପନିର୍ବାଚନ: ତ୍ରୁଟିଶୂନ୍ୟ ଉପରେ ଗୁରୁତ୍ୱାରୋପ

ନୂଆପଡ଼ା,୨୭ା୧୦ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରସ୍ତୁତିର ଏକ ଅଂଶସ୍ବରୂପ ଦ୍ୱିତୀୟ ବ୍ୟାଚ୍‌ ସେକ୍ଟର ଅଧିକାରୀ, ଜିଲା ଓ ବିଧାନସଭା ସ୍ତରୀୟ ମାଷ୍ଟର ଟ୍ରେନରଙ୍କ ପାଇଁ ରବିବାର ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଥିଲା। ତାଲିମପ୍ରାପ୍ତ ଅଧିକାରୀମାନେ ଆଗାମୀ ଦ୍ୱିତୀୟ ପର୍ଯ୍ୟାୟ ତାଲିମରେ ପ୍ରିଜାଇଡିଂ ଅଧିକାରୀମାନଙ୍କୁ ଏସବୁ ବିଷୟରେ ତାଲିମ ପ୍ରଦାନ କରିବେ। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ମଧୁସୂଦନ ଦାଶ ଅଧିକାରୀମାନଙ୍କୁ ସମ୍ବୋଧିତ କରି ସ୍ବଚ୍ଛ ଏବଂ ତ୍ରୁଟିଶୂନ୍ୟ ନିର୍ବାଚନ ପରିଚାଳନା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହାସହ ନିର୍ବାଚନ ପ୍ରକ୍ରିୟା ସମ୍ପର୍କରେ ଅଧିକାରୀମାନଙ୍କ ସମସ୍ତ ପ୍ରଶ୍ନର ଉତ୍ତର ଦେଇଥିଲେ। ବୈଷୟିକ ଅଧିବେଶନରେ ଏନ୍‌ଆଇସି ଡିଆଇଓ ବିନୟ ତିୱାରୀ ଇସିଆଇଏମ୍‌ଇଟି ପିଆର୍‌ଓ ଆପ୍‌ ବିଷୟରେ ବୁଝାଇଥିଲେ। ପରେ ନିର୍ବାଚନ କମିଶନଙ୍କ ଦ୍ୱାରା ନିଯୁକ୍ତ ଯନ୍ତ୍ରୀ ଆଲବର୍ଟ ଆଶୀର୍ବାଦ ପାତ୍ର ଓ ଡେପୁଟି କଲେକ୍ଟର ଶେଖ ନସିମ ଅଧିକାରୀମାନଙ୍କୁ ଇଭିଏମ୍‌ ଓ ଭିଭିପିଏଟି ପରିଚାଳନା ପାଇଁ ପ୍ରାକ୍ଟିକାଲ ଟ୍ରେନିଂ ପ୍ରଦାନ କରିଥିଲେ। ଶିବିରରେ ଜିଲାପାଳଙ୍କ ସହିତ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ, ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁଜୁର, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ, ସମସ୍ତ ତହସିଲଦାର, ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ନିର୍ବାଚନ ପରିଚାଳନା ବ୍ୟବସ୍ଥାର ପ୍ରଭାବଶାଳୀ କାର୍ଯ୍ୟାନ୍ବୟନ କ୍ଷେତ୍ରରେ ସେକ୍ଟର ଅଧିକାରୀ ଏବଂ ମାଷ୍ଟର ଟ୍ରେନରଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଜିଲାପାଳ ସେମାନଙ୍କୁ ଦାୟିତ୍ୱ ସମ୍ପନ୍ନ ଭାବରେ କାର୍ଯ୍ୟନିର୍ବାହ କରିବା ପାଇଁ ଆହ୍ବାନ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?