ନୂଆପଡ଼ା ଉପନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା

ନୂଆପଡ଼ା,୯ା୧୦(ମକାରୁ ବେମାଲ): ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚୂଡ଼ାନ୍ତ ଭୋଟର୍‌ ତାଲିକା ଗୁରୁବାର ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି।

ସୂଚନାଯୋଗ୍ୟ, ନୂଆପଡ଼ା ବିଧାନସଭା ମଣ୍ଡଳୀ -୭୧ ନୂଆପଡ଼ା,୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଟେ। ଏଥିପାଇଁ ନଭେମ୍ବର ୧୧ରେ ଉପନିର୍ବାଚନ ଘୋଷଣା କରାଯାଇଛି। ବୈଠକରେ ଜିଲାପାଳ ସମସ୍ତଙ୍କୁ ସ୍ବାଗତ କରି କହିଲେ ଯେ, ଏହି ନିର୍ବାଚନ ମଣ୍ଡଳୀରେ ମୋଟ୍‌ ୩୫୮ଟି ଭୋଟ୍‌ କେନ୍ଦ୍ର ଅଛି। ନୂଆପଡ଼ା ବିଧାନସଭାର ସର୍ବମୋଟ୍‌ ଭୋଟର ସଂଖ୍ୟା ୨,୫୩,୬୨୪। ଏଥିରୁ ପୁରୁଷ ଭୋଟର ସଂଖ୍ୟା ୧,୨୪,୧୦୮, ମହିଳା ଭୋଟର ସଂଖ୍ୟା ୧,୨୯,୪୯୫ ଏବଂ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା ୨୧ ଅଟେ। ଭୋଟର୍‌ମାନଙ୍କ ମଧ୍ୟରୁ ୮୫ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ସଂଖ୍ୟା ୧୭୮୬, ଯୁବ ଭୋଟର୍‌ ୯୪୨୯ ଏଂ ଦିବ୍ୟାଙ୍ଗ ଭୋଟର୍‌ ୩୯୮୮ ଜଣ ଅଛନ୍ତି।

ନୂଆପଡା ନିର୍ବାଚନ ମଣ୍ଡଳୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ୧୬ରୁ ଆରମ୍ଭ ହୋଇ ସେହି ମାସ ୨୯ ପର୍ଯ୍ୟନ୍ତ ଚାଲିଥିଲା। ଭୋଟର ତାଲିକାରେ ନାମ ପଞ୍ଜୀକରଣ, ନାମଯୋଗ ପାଇଁ ଫର୍ମ ନଂ ୬ ରେ ୭୭୯୧ଟି ଆବେଦନ, ତାଲିକାରେ ଥିବା ନାମ କାଟିବା ପାଇଁ ଫର୍ମ ୭ରେ ୨୮୬୯ଟି ଆବେଦନ ଏବଂ ନାମ/ତଥ୍ୟ/ ଫଟୋ/ ଠିକଣା/ବିବରଣୀ/ତ୍ରୁଟି ସଂଶୋଧନ ପାଇଁ ଫର୍ମ ନଂ ୮ରେ ୧୮୯୫ଟି ଆବେଦନ ହସ୍ତଗତ ହୋଇଥିଲା। ଏଥିରୁ ଯାଞ୍ଚ ପରେ ୧୦,୬୮୫ଟି ଫର୍ମର ଆବେଦନ ଗୃହୀତ ହୋଇଥିଲା। ସେହି ଅନୁସାରେ ଚୂଡ଼ାନ୍ତ ଭୋଟର୍‌ ତାଲିକା ପ୍ରସ୍ତୁତ ହୋଇଛି। ନାମାଙ୍କନପତ୍ର ଦାଖଲର ଶେଷ ତାରିଖ ୨୦ ଅକ୍ଟୋବର ଥିବାରୁ ଏହାର ୧୦ ଦିନ ପୂର୍ବ ଅର୍ଥାତ୍‌ ଆସନ୍ତାକାଲି ୧୦ ତରିଖ ପର୍ଯ୍ୟନ୍ତ ଭୋଟର୍‌ ତାଲିକାରେ ନାମ ଯୋଡ଼ିବା ପାଇଁ ଆବେଦନପତ୍ର ଗ୍ରହଣ ହେବ। ଏହାର ୭ ଦିନ ପରେ ସବିଶେଷ ଚୂଡ଼ାନ୍ତ ଭୋଟର୍‌ ତାଲିକା ଶେଷ ପ୍ରକାଶିତ ହେବ। ସମସ୍ତ ରାଜନୈତିକ ଦଳ ସହଯୋଗ କରି ଅଧିକରୁ ଅଧିକ ସଂଖ୍ୟାରେ ଭୋଟର୍‌ ନିର୍ବାଚନରେ ଅଂଶଗ୍ରହଣ କରି ଗଣତନ୍ତ୍ରକୁ ସୁଦୃଢ଼ କରନ୍ତୁ।

ଜିଲାପାଳ ତଥା ଜିଲା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାର ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ , ପ୍ରଫୁଲ୍ଲ କୁଜୁର,ଉପଜିଲାପାଳ ତଥା ଇ ଆର୍‌ ଓ, ସୁର୍ମି ସୋରେନ, ନିର୍ବାଚନ ଡେପୁଟୀ କଲେକ୍ଟର ସେଖ୍‌ ନସିମ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ଏବଂ ରାଜନୈତିକ ଦଳର ପ୍ରତିନିଧି ହିସାବରେ ଭାଜପା ସଭାପତି କମଲେଶ କୁମାର୍‌ ଦୀକ୍ଷିତ, ଆଇଏନ୍‌ସିରୁ ଦେବଦତ୍ତ ଦୀକ୍ଷିତ, ବିଜୁ ଜନତା ଦଳରୁ ରମାକାନ୍ତ ସିଂ କ୍ଷତ୍ରୀ ଏଂ ଆପରୁ ଲକ୍ଷ୍ମୀକାନ୍ତ ତାଣ୍ଡି ପ୍ରମୁଖ ଯୋଗଦେଇଥିଲେ।

 

Dharitri – Odisha’s Leading and Most Trusted Odia Newspaper

 


Enter your email to get our daily news in your inbox.

All Right Reserved By Dharitri.Com

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବେ ଛଅଟି ଦେଶ; ବିଶ୍ୱ ସାରାରେ ଖାଦ୍ୟ ସଙ୍କଟ ତୀବ୍ର ହୋଇପାରେ

ତେହାରାନ,୨୦।୩: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଆମେରିକା ଏବଂ ଇସ୍ରାଏଲର ଭୟଙ୍କର ଆକ୍ରମଣରୁ ପୂର୍ବରୁ ଜଳୁଥିବା ଏକ ମୋର୍ଚ୍ଚାରେ, ଇରାନ…

ଯୁଦ୍ଧ ଭିତରେ ଖସିଲା ସୁନାଦର; ଦେଢଲକ୍ଷରୁ ତଳକୁ ଖସିଲା ଭରିଏ ସୁନାର ମୂଲ୍ୟ!

ନୂଆଦିଲ୍‌ଲୀ,୨୦।୩: ଖସିଲା ସୁନା, ରୁପା ଦର । ସପ୍ତାହକ ମଧ୍ୟରେ ୨୦ ହଜାର ଟଙ୍କା ଖସିଲାଣି ସୁନା ଦର । ଦେଢ଼ ଲକ୍ଷରୁ ତଳକୁ ଖସିଲା ଭରିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri