ନୂଆପଡ଼ା,୩୦ା୧୦(ପୀତାମ୍ବର ସାହୁ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଗୁରୁବାରଠାରୁ ହୋମ୍ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ୧୫ଟି ପୋଲିଂ ଦଳ ନିଯୁକ୍ତ ହୋଇଛନ୍ତି। ପ୍ରତି ଦଳରେ ଦୁଇଜଣ ପୋଲିଂ ଅଫିସର, ଜଣେ ମାଇକ୍ରୋ ନିରୀକ୍ଷକ, ଜଣେ ସୁରକ୍ଷା ଅଧିକାରୀ ଓ ଜଣେ ଭିଡିଓଗ୍ରାଫର ରହିଛନ୍ତି। ୮୫ ବର୍ଷରୁ ଊଦ୍ଧର୍ବ ଏବଂ ୪୦ ପ୍ରତିଶତରୁ ଅଧିକ ଅକ୍ଷମତା ଥିବା ଦିବ୍ୟାଙ୍ଗ ମତଦାତା ୨୫୧ଜଣ ଏହି ପ୍ରକ୍ରିୟାରେ ନିଜ ଘରେ ଥାଇ ଗୋପନୀୟ ଭାବେ ପୋଷ୍ଟାଲ ବାଲଟ ମାଧ୍ୟମରେ ଭୋଟ ଦେବେ।
୩୦ ଅକ୍ଟୋବରରୁ ୨ ନଭେମ୍ବର ଭିତରେ ଏହି ହୋମ୍ ଭୋଟିଂ ହେବ। ସ୍ବଚ୍ଛତା ପାଇଁ ଏହି ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ ବୋଲି ରିଟର୍ନିଂ ଅଫିସର ସୁର୍ମି ସୋରେନ ପ୍ରକାଶ କରିଛନ୍ତି। ଏହି ସୁବିଧାରୁ କେହି ଜଣେ ବି ଯୋଗ୍ୟ ମତଦାତା ଯେମିତି ବଞ୍ଚିତ ନ ହୁଅନ୍ତି ତାକୁ ସୁନିଶ୍ଚିତ କରିବା ପାଇଁ ଜିଲାପାଳ ମଧୁସୂଦନ ଦାଶ ନିୟୋଜିତ ସମସ୍ତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
Dharitri – Odisha’s No.1 Odia Daily