ନୂଆପଡ଼ା ଉପନିର୍ବାଚନ ତ୍ରିମୁଖୀ ନୁହେଁ ଭାଜପା, କଂଗ୍ରେସ ମଧ୍ୟରେ ଲଢ଼େଇ: ଭକ୍ତ

ନୂଆପଡ଼ା,୧୩ା୧୦ (ମକାରୁ ବେମାଲ)ନୂଆପଡ଼ା ଉପନିର୍ବାଚନରେ ତ୍ରିମୁଖୀ ନୁହେଁ, ଭାଜପା ଓ କଂଗ୍ରେସ ମଧ୍ୟରେ ଲଢେଇ ହେବ ଏବଂ କଂଗ୍ରେସ ବହୁମତରେ ବିଜୟୀ ହେବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ସୋମବାର ସ୍ଥାନୀୟ ଏବିଟି ସମ୍ମିଳନୀ କକ୍ଷରେ କଂଗ୍ରେସ ପକ୍ଷରୁ ଆୟୋଜିତ ମିଶ୍ରଣ ପର୍ବରେ ଯୋଗଦେଇ ଭକ୍ତ କହିଛନ୍ତି, ଭାଜପା ଓ ବିଜେଡି ପ୍ରାର୍ଥୀ ଚୟନରେ ଅହେତୁକ ବିଳମ୍ବ ଯୋଗୁ ଅଧିକ ଯୁବ ଭୋଟର କଂଗ୍ରେସ ପଟକୁ ଢଳୁଛନ୍ତି ା ବର୍ତ୍ତମାନ କଂଗ୍ରେସର ସ୍ଥିତି ମଜଭୁତ ହେବାରେ ଲାଗିଛି। ଅନ୍ୟ ଦଳର କର୍ମୀ ଓ ଭୋଟର ଆଦିବାସୀ ନେତା କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝିଙ୍କୁ ସମର୍ଥନ ଜଣାଉଛନ୍ତି। କଂଗ୍ରେସ ରଣନୀତି ପ୍ରସ୍ତୁତ କରି ନିର୍ବାଚନୀ ମଇଦାନରେ ଓହ୍ଲାଇ ସାରିଛି। ଅନ୍ୟ ଦଳରେ ଆଶାୟୀଙ୍କ ଲମ୍ବା ଲାଇନ ରହିଥିବାରୁ ଦଳର ସୁପ୍ରିମୋ ପ୍ରାର୍ଥୀ ଚୟନ କରିବାରେ ବିଫଳ ହେଉଛନ୍ତି। କଂଗ୍ରେସ ପ୍ରାର୍ଥୀ ମାଝିଙ୍କୁ ଟକ୍କର ଦେବା ପାଇଁ ବିଜେଡି ଆଦିବାସୀ ପ୍ରାର୍ଥୀ ଦେବାକୁ ଚକ୍କର ଚଳାଇଛି। ହେଲେ ଆଦିବାସୀ ପ୍ରାର୍ଥୀ ଦେଲେ ମଧ୍ୟ ମାଝିଙ୍କ ସମକକ୍ଷ ହୋଇପାରିବେ ନାହିଁ ା ଏହି ମିଶ୍ରଣ ପର୍ବରେ ନୂଆପଡା ଏନ୍‌ଏସିର ବିଭିନ୍ନ ୱାର୍ଡର ଶତାଧିକ ଯୁବକ କଂଗ୍ରେସରେ ଯୋଗ ଦେଇଛନ୍ତି। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜାତୀୟ କଂଗ୍ରେସ ମୁଖପାତ୍ର ହମିତ ହୁସେନ, ରାଜଗାଙ୍ଗପୁର ବିଧାୟକ ରାଜନ ଏକ୍କା, ନୂଆପଡା ଜିଲା ପର୍ଯ୍ୟବେକ୍ଷକ ମୁରଲୀଧର ନାୟକ, ଗରିବସେନା ଜିଲା ଆବାହକ ରବି ମଙ୍ଗରାଜ, ପବନ ଶର୍ମା, ମହମ୍ମଦ ଜୁନେଦ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri