ନୂଆପଡ଼ା ଉପନିର୍ବାଚନ ପ୍ରସ୍ତୁତି ଆରମ୍ଭ: ବୈଠକ ଡାକିଲେ CEO

ନୂଆପଡ଼ା,୧୫।୯(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଉପନିର୍ବାଚନ ପାଇଁ CEO ବୈଠକ ଡାକିଛନ୍ତି। ସବୁ ରାଜନୈତିକ ଦଳର ସଭାପତି ଓ ସମ୍ପାଦକଙ୍କୁ ନେଇ ଏହି ବୈଠକ ଡକାଯାଇଛି। ନିର୍ବାଚନ ସମ୍ପର୍କିତ ବିଧି ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେବ।

ନୂଆପଡା ବିଧାନସଭା ଆସନରେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ(ଏସଏସଆର୍‌) କରାଯିବ। ଆଗକୁ ଏହି ବିଧାନସଭା ଆସନ ଲାଗି ହେବାକୁ ଥିବା ଉପନିର୍ବାଚନ ପୂର୍ବରୁ ହିଁ ଏସଏସଆର୍‌ କରାଯିବ। ନୂଆପଡ଼ା ଆସନରେ ଅନୁଷ୍ଠିତ ହେବାକୁ ଥିବା ଉପର୍ନିବାଚନ ପାଇଁ ଜନପ୍ରତିନିଧିତ୍ୱ ଆଇନ, ୧୯୫୦ର ଧାରା ୨୧ ଅନୁଯାୟୀ ଏସଏସଆର୍‌ କରିବାକୁ ଭାରତର ନିର୍ବାଚନ ଆୟୋଗ ୧ ଜୁଲାଇ ୨୦୨୫କୁ ଯୋଗ୍ୟତା ତାରିଖ ଧାର୍ଯ୍ୟ କରିଛନ୍ତି।

ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ)ଙ୍କ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଏସଏସଆର ପାଇଁ କେତେଗୁଡ଼ିଏ କାର୍ଯ୍ୟସୂଚୀ ନିର୍ଦ୍ଧାରିତ କରାଯାଇଛି। ୧୫ରୁ ୨୯ ତାରିଖ ମଧ୍ୟରେ ଭୋଟରମାନେ ସେମାନଙ୍କ ଦାବି ଓ ଆପତ୍ତି ଜଣାଇପାରିବେ। ଅକ୍ଟୋବର ୭ ତାରିଖରେ ସବୁ ଦାବି ଏବଂ ଆପତ୍ତିର ସମାଧାନ କରାଯିବ। ଅକ୍ଟୋବର ୯ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ୨୦୨୪ ନିର୍ବାଚନରେ ନୂଆପଡ଼ା ବିଧାନସଭା କ୍ଷେତ୍ର(୭୧)ରୁ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆ ବିଜୟୀ ହୋଇଥିଲେ। ଗତ ୮ ତାରିଖରେ ତାଙ୍କର ଦେହାନ୍ତ ହୋଇଯାଇଛି। ଢୋଲକିଆଙ୍କ ଦେହାନ୍ତ ପରେ ଏହି ବିଧାନସଭା ନିର୍ବାଚନମଣ୍ଡଳୀର ଆସନ ଖାଲି ନେଇ ଗତ ୧୧ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇସାରିଛି। ନିୟମାନୁଯାୟୀ କୌଣସି ଆସନ ଖାଲି ହେବାର ୬ ମାସ ମଧ୍ୟରେ ସେଠାରେ ଉପର୍ନିବାଚନ କରାଯିବ। ସେହି କ୍ରମରେ ଏବେଠାରୁ ନୂଆପଡ଼ା ଉପନିର୍ବାଚନ ଲାଗି ନିର୍ବାଚନ କମିଶନ ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି। ଆଗକୁ ବିହାର ନିର୍ବାଚନ ହେବାକୁ ଯାଉଛି। ତେଣୁ ବିହାର ନିର୍ବାଚନ ନେଇ ଘୋଷଣା ହେବାବେଳେ ନୂଆପଡ଼ା ଆସନର ଉପର୍ନିବାଚନ ତାରିଖ ମଧ୍ୟ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri