ନୂଆପଡ଼ା ଉପନିର୍ବାଚନ: ମହିଳା ମତଦାତାଙ୍କ ଉପରେ ୩ ଦଳର ନଜର

ନୂଆପଡ଼ା,୩୦ା୧୦ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ତିନି ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଦେଲେଣି। ଏବେ ଏଠାରେ ମନ୍ତ୍ରୀ, ବିଧାୟକ, ଏମ୍‌ପି ଓ ବିଭିନ୍ନ ଦଳର ହେଭିୱେଟ ନେତା ଡେରା ପକାଇ ପ୍ରଚାରରେ ଲାଗି ପଡିଛନ୍ତି। ଚଳିତ ଉପନିର୍ବାଚନରେ ୩୫୮ଟି ବୁଥ୍‌ରେ ସମୁଦାୟ ୨ଲକ୍ଷ ୫୩ ହଜାର ୬୪୪ ଜଣ ମତଦାତା ମତ ସାବ୍ୟସ୍ତ କରିବେ। ସେଥିମଧ୍ୟରୁ ୧ଲକ୍ଷ ୨୪ ହଜାର ୧୦୮ ଜଣ ପୁରୁଷ, ୧ଲକ୍ଷ ୨୯ ହଜାର ୪୯୫ ଜଣ ମହିଳା ଓ ୨୧ ଜଣ ତୃତୀୟଲିଙ୍ଗୀ ମତଦାତା ଅଛନ୍ତି। ନୂଆପଡ଼ା ଏନ୍‌ଏସିରେ ୧୩ ହଜାର ୮୨୮ ଜଣ ମତଦାତାଙ୍କ ମଧ୍ୟରୁ ୬ ହଜାର ୭୦୩ ଜଣ ପୁରୁଷ ଓ ୭ ହଜାର ୧୨୪ ଜଣ ମହିଳା ଭୋଟର ଅଛନ୍ତି। ଏଠାରେ ଜଣେ ତୃତୀୟଲିଙ୍ଗୀ ମତଦାତା ଅଛନ୍ତି। ସେହିପରି ଖରିଆର ରୋଡ ଏନ୍‌ଏସିରେ ୭ ହଜାର ୩୮୩ ଜଣ ପୁରୁଷ, ୮ ହଜାର ୩ ଜଣ ମହିଳା ଓ ଜଣେ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ନୂଆପଡ଼ା ବ୍ଲକରେ ୩୧ ପଞ୍ଚାୟତ ଓ ୩ ଜିଲା ପରିଷଦ ଜୋନ ରହିଥିବା ବେଳେ ୫୩ ହଜାର ୫୧୮ ଜଣ ପୁରୁଷ, ୫୫ ହଜାର ୩୮୮ ଜଣ ମହିଳା ଓ ୧୩ ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି। ସେହିପରି କୋମନା ବ୍ଲକରେ ୩୨ ଗ୍ରାମ ପଞ୍ଚାୟତ, ୩ ଜିଲା ପରିଷଦ ଜୋନ ରହିଥିବା ବେଳେ ୫୬ ହଜାର ୫୦୪ ଜଣ ପୁରୁଷ, ୫୮ ହଜାର ୯୮୦ ଜଣ ମହିଳା ଓ ୬ ଜଣ ତୃତୀୟ ଲିଙ୍ଗୀ ମତଦାତା ରହିଛନ୍ତି। ଏହି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବ୍ଲକ ଓ ଏନ୍‌ଏସି ସବୁଠି ମହିଳା ଭୋଟରଙ୍କ ସଂଖ୍ୟା ପୁରୁଷ ଭୋଟରଙ୍କଠୁ ଅଧିକ ଅଛନ୍ତି। ତେଣୁ ଚଳିତ ଉପନିର୍ବାଚନରେ ମହିଳା ଭୋଟର ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବେ ବୋଲି ଆକଳନ କରାଯାଉଛି। ମହିଳା ଭୋଟରଙ୍କୁ ଆକୃଷ୍ଟ କରି ନିଜ ସପକ୍ଷକୁ ଆଣିବା ପାଇଁ ତିନି ପ୍ରମୁଖ ଦଳ ଜୋରଦାର ପ୍ରୟାସ କରୁଛନ୍ତି। ତିନିପ୍ରମୁଖ ଦଳ ପକ୍ଷରୁ ଭିନ୍ନ ଭିନ୍ନ ସ୍ଥାନରେ ମହିଳା ସମାବେଶ କରାଯାଉଛି। ଭାଜପା ସୁଭଦ୍ରା ଯୋଜନା ଉପରେ ଫୋକସ କରୁଥିବା ବେଳେ ବିଜେଡ଼ି ସରକାରରେ ଥିବା ସମୟରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ମିଶନ ଶକ୍ତି ଗଠନ କରି ମହିଳାଙ୍କୁ ଆତ୍ମ ନିର୍ଭରଶୀଳ କରିଥିବା କହି ପ୍ରଚାର କରୁଛି। ଏହା ସହିତ ବିଜେଡି ମହିଳା ଭୋଟରଙ୍କୁ ହାତେଇବା ପାଇଁ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରି ମହିଳା କାର୍ଡ ଖେଳିଛି। ସେହିପରି କଂଗ୍ରେସ ମହିଳାଙ୍କୁ ସବୁବେଳେ ଗୁରୁତ୍ୱ ଦେଇ ଆସୁଥିବା କହି ପ୍ରଚାର ଚଳାଇଛି।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri