ନୂଆପଡ଼ା ଉପନିର୍ବାଚନ: କିଏ ଜିତିବ ବାଜି, ପ୍ରମୁଖ ଦଳ ପାଇଁ ଅଗ୍ନିପରୀକ୍ଷା

ନୂଆପଡ଼ା,୧୮ା୧୦ (ମକାରୁ ବେମାଲ):ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ରାଜ୍ୟର ପ୍ରମୁଖ ୩ ଦଳର ପ୍ରାର୍ଥୀ ଘୋଷଣା ସରିଛି। ପ୍ରଥମେ ଜାତୀୟ କଂଗ୍ରେସ ଆଦିବାସୀ ନେତା ଘାସିରାମ ମାଝିଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଳମ୍ବରେ ଭାଜପା ଜୟ ଢୋଲକିଆ ଓ ବିଜେଡି ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ଭାବରେ ଘୋଷଣା କରିଛନ୍ତି। ଶୁକ୍ରବାର ସୁଦ୍ଧା କୌଣସି ଦଳ ପ୍ରାର୍ଥତ୍ପତ୍ର ଦାଖଲ କରି ନାହାନ୍ତି। ଭାଜପା ଓ ବିଜେଡି ନିର୍ବାଚନୀ ମଇଦାନକୁ ଆସି ନ ଥିବାବେଳେ କଂଗ୍ରେସ ମଇଦାନକୁ ଓହ୍ଲାଇ ସାରିଛି ା କଂଗ୍ରେସ ପ୍ରାର୍ଥୀ ମାଝିଙ୍କ ପାଇଁ ପିସିସି ସଭାପତି ଭକ୍ତ ଚରଣ ଦାସ ମଙ୍ଗ ଧରିଛନ୍ତି। ଅନ୍ୟପଟେ ଶାସକ ଦଳର ବିଧାୟକ, ମନ୍ତ୍ରୀମାନେ ନୂଆପଡାରେ ଡେରା ପକାଇ ସଂଗଠନ ସଜାଡିବାରେ ଲାଗିଛନ୍ତି। ପୂର୍ବରୁ ନୂଆପଡ଼ା ନିର୍ବାଚନ ମଣ୍ଡଳୀ ବିଜେଡିର ଗଡ ରହିଥିଲା। ପୂର୍ବତନ ବିଧାୟକ ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଭାଜପାରେ ଯୋଗ ଦେଲା ପରେ ରାଜନୀତି ସମୀକରଣ ଓଲଟପାଲଟ ହୋଇଯାଇଛି। ବିଜେଡି ଗଡ ରକ୍ଷା କରି ପାରିବ କି ନାହିଁ ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଗତ ୨୦୨୪ ନିର୍ବାଚନରେ ୫୦ ହଜାର ୯୪୧ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଥିବା ମାଝି ପ୍ରଚାର କାର୍ଯ୍ୟକୁ ଜୋରଦାର କରି ନିର୍ବାଚନୀ ବୈତରଣୀ ପାରି ହେବା ପାଇଁ ପ୍ରାଣପଣେ ଉଦ୍ୟମ କରୁଛନ୍ତି। ଅନ୍ୟପକ୍ଷେ ଶାସକ ଦଳ ଭାଜପା ସମ୍ମାନ ରକ୍ଷା ପାଇଁ କିଭଳି ରଣନୀତି ଆପଣାଉଛି ତାହାକୁ ସମସ୍ତେ ଅପେକ୍ଷା କରିଛନ୍ତି ବୋଲି ରାଜନୀତି ସମୀକ୍ଷକ ମତ ଦେଉଛନ୍ତି। ଦେଖିବାକୁ ଗଲେ ନୂଆପଡା ଉପନିର୍ବାଚନ ପ୍ରମୁଖ ଦଳଗୁଡିକ ପାଇଁ ଅଗ୍ନିପରୀକ୍ଷା ସଦୃଶ ହୋଇଛି। ନୂଆପଡା ନିର୍ବାଚନ ମଣ୍ଡଳୀର ଭୋଟର କାହାକୁ ବିଜୟ ମୁକୁଟ ପିନ୍ଧାଇବେ ତାହା ଆସନ୍ତା ୧୪ରେ ଫଳାଫଳ ଘୋଷଣା ପରେ ଜଣାପଡିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri