‘ନବୀନ ବାବୁଙ୍କ ସହ ଥିଲୁ ଆଉ ରହିବୁ’

ନୂଆପଡ଼ା,୧ା୧୧ (ମକାରୁ ବେମାଲ): ନବୀନ ବାବୁଙ୍କ ସହିତ ଥିଲୁ, ଆଉ ଆଗକୁ ରହିଥିବୁ। ନୂଆପଡ଼ା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥିନୀ ସେହ୍ନାଙ୍ଗିନୀ ଛୁରିଆଙ୍କ ବିଜୟ ସୁନିଶ୍ଚିତ ବୋଲି ଶନିବାର କୋମନାଠାରେ ଆୟୋଜିତ ଯାଦବ ମହାସଭାରେ ଦମ୍ଭୋକ୍ତି ପ୍ରକାଶ ପାଇଥିଲା। ବରିଷ୍ଠ ଯାଦବ ନେତା କ୍ଷମା ସିଂ ନିଆଲଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ସର୍ବଭାରତୀୟ ଯାଦବ ମହାସଭା ସମ୍ପାଦକ ରାଜୁ ଘିବେଲା ମୁଖ୍ୟବକ୍ତା, ଉତ୍କଳ ଯାଦବ ମହାସଭା ମହାସଚିବ ନନ୍ଦଲାଲ ସିଂ ସମ୍ମାନିତ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ବିଜେଡି ଶାସନ କାଳରେ ସଦ୍‌ଭାବନାର ନୂଆ ପରମ୍ପରା ସୃଷ୍ଟି ହୋଇଥିଲା। କେବଳ ଯାଦବ ସମ୍ପ୍ରଦାୟ ନୁହେଁ, ଏଠାରେ ବସବାସ କରୁଥିବା ପ୍ରତ୍ୟେକ ସମ୍ପ୍ରଦାୟକୁ ନବୀନ ପଟ୍ଟନାୟକ ସମାନ ଦୃଷ୍ଟିରେ ଦେଖିଛନ୍ତି। ସେଥିପାଇଁ ନୂଆପଡ଼ା ଉପନିର୍ବାଚନରେ ଯାଦବ ମହାସଭା ବିଜେଡି ପ୍ରତି ସମର୍ଥନକୁ ଅବ୍ୟାହତ ରଖିବ ବୋଲି କହିଥିଲେ। ସଭାରେ ବରଗଡ଼ ମ୍ୟୁନିସିପାଲିଟି ଅଧ୍ୟକ୍ଷା କଳ୍ପନା ଯାଦବ, କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ଓ କଳାହାଣ୍ଡି ଯାଦବ ମହାସଭା ସଭାପତି ନୃପରାଜ ଯାଦବ, ଭବାନୀପାଟଣା ଏନ୍‌ଏସିର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟ ମହିଳା ସଭାନେତ୍ରୀ ସଂଯୁକ୍ତା ବେହେରା, ସିନାପାଲି ଜିଲା ପରିଷଦ ସଭ୍ୟା ପୁଷ୍ପାଞ୍ଜଳି ଗୁଆଳ, ଝରିଆ ସମାଜ ସଭାପତି ପ୍ରୀତରାମ ରାଉତ ଯୋଗଦେଇ ବିଜେଡି ପ୍ରାର୍ଥିନୀ ଛୁରିଆଙ୍କ ସପକ୍ଷରେ ମତଦାନ ପାଇଁ ଆହ୍ବାନ ଜଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri