ଚାଷୀ ସମସ୍ୟାକୁ ନେଇ ନୂଆପଡ଼ା ବନ୍ଦ

ନୂଆପଡ଼ା,୫।୧(ମକାରୁ ବେମାଲ): ରାଜ୍ୟ ସରକାରଙ୍କ କୃଷିମାରଣ ନୀତି, ଧାନର କଟନି ଛଟନି, କପାର ଅଭାବୀ ବିକ୍ରି, ଅହେତୁକ ବିଦ୍ୟୁତ୍‌ ଦର ବୃଦ୍ଧି, ଚାଷୀ ସମସ୍ୟା ତଥା ଧାନକିଣାରେ ହେଉଥିବା ଦୁର୍ନୀତିର ସିବିଆଇ ତଦନ୍ତ ଦାବିରେ ନୂଆପଡ଼ା ଭାଜପା ପକ୍ଷରୁ ଶୁକ୍ରବାର ବନ୍ଦ ଡାକରା ଦିଆଯାଇଛି। ଫଳରେ ଜିଲାର ୫ଟି ବ୍ଳକ ସମେତ ୩ଟି ଏନ୍‌ଏସି ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ ରହିବ। ଏହାର ପ୍ରଭାବରେ ଜିଲାରେ ଯାନବାହନ, ଦୋକାନ ବଜାର, ସରକାରୀ ଓ ବେସରକାରୀ ଅନୁଷ୍ଠାନ, ବ୍ୟାଙ୍କ, ସ୍କୁଲ, କଲେଜ, ସହ ଜିଲାର ସମସ୍ତ ମଣ୍ଡି ବନ୍ଦ ରହିଥିବା ଦେଖିବାକୁ ମିଳିଛି। ବନ୍ଦ ଯୋଗୁ ଜନସାଧାରଣ ପ୍ରଭାବିତ ହୋଇଛନ୍ତି।

ନୂଆପଡ଼ା ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରସନ୍ନ ପାଢୀ, ଯୁବମୋର୍ଚ୍ଚା ସଭାପତି ଅଭିନନ୍ଦନ ପଣ୍ଡା, ସଦାନନ୍ଦ ଯୋଶୀ, ବିଜୟ ଚନ୍ଦ୍ର ପାଲଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ବିଭିନ୍ନ ସ୍ଥାନରେ ପିକେଟିଂ କରି ବନ୍ଦ ପାଳନ କରୁଛନ୍ତି। ସେହିପରି କୋମନା ବ୍ଲକରେ ଭାଜପା ନେତା ଯଦୁମଣି ପାଣିଗ୍ରାହୀ ଏବଂ ସିନାପାଲିରେ ସୁବ୍ରତ ଠାକୁରଙ୍କ ନେତୃତ୍ୱରେ ବନ୍ଦ ପାଳନ କରାଯାଉଛି। ଏପରିକି କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା ବନ୍ଦ ପାଳନକୁ ସମର୍ଥନ କରିବା ଲାଗି ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri