ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚିଠା ଭୋଟର ତାଲିକା ପ୍ରକାଶିତ କଲେ ନୂଆପଡା ଜିଲାପାଳ, ସର୍ବମୋଟ ଭୋଟର ସଂଖ୍ୟା ରହିଛି…

ନୂଆପଡା ,୧୫/୯ (ମକାରୁ ବେମାଲ): ନୂଆପଡା ଜିଲାପାଳ ମଧୁସୂଦନ ଦାଶ ସର୍ବଦଳୀୟ ପ୍ରତିନିଧି ମଣ୍ଡଳ ସହିତ ଚିଠା ଭୋଟର ତାଲିକା ଆଜି ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ପ୍ରକାଶିତ କରିଛନ୍ତି । ସୂଚନାଯୋଗ୍ୟ ଯେ ନୂଆପଡା ବିଧାନ ସଭା ମଣ୍ଡଳୀ (Assembly Constituency) ୭୧- ନୂଆପଡା,୧୧- କଳାହାଣ୍ଡି ପାର୍ଲିଆମେଣ୍ଟରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଅଟେ। ନୂଆପଡା ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୩୫୮ ଗୋଟି ଭୋଟ କେନ୍ଦ୍ର ଅଛି। ନୂଆପଡା ବିଧାନ ସଭାର ସର୍ବମୋଟ ଭୋଟର ସଂଖ୍ୟା ୨୪୮୨୫୬ । ଏଥିରୁ ପୁରୁଷ ଭୋଟର ସଂଖ୍ୟା ୧୨୨୧୦୩ ,ମହିଳା ଭୋଟର ସଂଖ୍ୟା ୧୨୬୧୩୨ ଏବଂ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା ୨୧ ଅଟେ । ଏଠାରେ ଭୋଟର ତାଲିକାର ସୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ-୨୦୨୫, ୧୫ ସେପ୍ଟେମ୍ବରରୁ ଆରମ୍ଭ ହୋଇ ୨୯ ଅକ୍ଟୋବର ପର୍ଯ୍ୟନ୍ତ ଚାଲୁରହିବ। ଭୋଟର ତାଲିକାରେ ନାମ ପଞ୍ଜିକରଣ, ନାମଯୋଗ ପାଇଁ ଫର୍ମ ନ ୬, ତାଲିକାରେ ଥିବା ନାମ କାଟିବା ପାଇଁ ଫର୍ମ ୭ ଏବଂ ନାମ/ତଥ୍ୟ/ ଫଟୋ/ ଠିକଣା/ବିବରଣୀ/ତ୍ରୁଟି ସଂଶୋଧନ ପାଇଁ ଫର୍ମ ନଂ ୮ ରେ ଆବେଦନ କରିପାରିବେ। ଅନଲାଇନରେ ପଞ୍ଜିକରଣ କରିବା ପାଇଁ Voter Help Line mobile App VHAର ସାହାଯ୍ୟ ନେଇ ପାରିବେ, Voters.eci.gov.in ଜରିଆରେ ଆବେଦନ କରିପାରିବେ। ଅନଲାଇନରେ ପଞ୍ଜିକରଣ ପାଇଁ Voter Helpline (mobile app)ର ସହାୟତା ନିଆଯାଇପାରେ। ଭୋଟରମାନଙ୍କ ପାଇଁ ଅଲଲାଇନ ୱାନ ସାଥି ଭୋଟର୍‌ ହେଲ୍ପ ଲାଇନ – Voter Helpline App (VHA) ରହିଛି । ଯେଉଁଥିରେ ପଞ୍ଜିକରଣ ଠାରୁ ଆରମ୍ଭ କରି ସଂଶୋଧନ ପର୍ଯ୍ୟନ୍ତ ଭୋଟରଙ୍କ ସମସ୍ତ ଆବଶ୍ୟକତା ପାଇଁ ୱାନ ଷ୍ଟପ ସମାଧାନ ହିସାବରେ କାମ କରିବ । ଜିଲାପାଳ ସମସ୍ତଙ୍କୁ ଅନୁରୋଧ କରି କହିଲେ ଯେ ଆଜି ହିଁ Voter Helpline App (VHA) ଡାଉନଲୋଡ କରି ଗଣତନ୍ତ୍ରରେ ଅଂଶଗ୍ରହଣ କରନ୍ତୁ। ଜିଲାପାଳ ତଥା ଜିଲା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାର ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ତଥା ଜିଲା ଅତିରିକ୍ତ ନିର୍ବାଚନ ଅଧିକାରୀ ସୁବାଷ ଚନ୍ଦ୍ର ରଇତ , ଉପଜିଲାପାଳ ତଥା ଇ ଆର୍‌ ଓ, ସୁର୍ମି ସୋରେନ, ନିର୍ବାଚନ ଡେପୁଟୀ କଲେକ୍ଟର ସେଖ ନସିମ, ବିଡ଼ିଓ କୋମନା ସର୍ବେଶର ଜାଲ, ତହସିଲଦାର ନୂଆପଡା ପ୍ରଣବ ରଞ୍ଜନ ସାହୁ, ଜିଲା ଭାଜପା ସଭାପତି କମଲେଶ କୁମାର୍‌ ଦୀକ୍ଷିତ, ଆଇ ଏନ ସି ରୁ ଅଭୟ ଶଙ୍କର ଯୋଶୀ, ଦେବଦତ୍ତ ଦୀକ୍ଷିତ, ବିଜୁ ଜନତା ଦଳରୁ ରମାକାନ୍ତ ଠାକୁର , ଆପ ରୁ ଲକ୍ଷ୍ମିକାନ୍ତ ତାଣ୍ଡି ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri