ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୩ ଏନ୍‌ଏସି ନୂଆପଡ଼ା, ଖଡିଆଳ ଓ ଖରିଆର ରୋଡ୍‌ର କାର୍ଯ୍ୟାବଳୀ ସମୀକ୍ଷା କରାଯାଇଥିଲା। ରାଜସ୍ବ ସଂଗ୍ରହ, ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ, ପିଏମ୍‌ଏୱାଇ (ନଗର) ଓ ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାର କାର୍ଯ୍ୟାନ୍ବୟନ ଉପରେ ଆଲୋଚନା ହୋଇଥିଲା।
ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଡୁଡା ପ୍ରକଳ୍ପ ନିର୍ଦ୍ଦେଶକ ଲମ୍ବୋଦର ଧରୁଆ ବିଭିନ୍ନ ଏନ୍‌ଏସିର କାର୍ଯ୍ୟ ପ୍ରଗତି ଓ ଆର୍ଥିକ ତଥ୍ୟ ଉପସ୍ଥାପନ କରିଥିଲେ।
ହୋଲ୍ଡିଂ ଟ୍ୟାକ୍ସ ସଂଗ୍ରହ କ୍ଷେତ୍ରରେ ନୂଆପଡା ଏନ୍‌ଏସି ରାଜ୍ୟରେ ପ୍ରଥମ ଓ ଖଡିଆଳ ଏନ୍‌ଏସି ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ବେଳେ ନୂଆପଡା ଜିଲା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛି। ନୂଆପଡ଼ା ଏନ୍‌ଏସିର ହୋଲ୍ଡିଂ ଟ୍ୟାକ୍ସ ସଂଗ୍ରହ ୩୯.୧୨ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା ବେଳେ ୫୪.୧୬ ଲକ୍ଷ ଟଙ୍କା ସଂଗ୍ରହ ହୋଇଛି, ଯାହା ଧାର୍ଯ୍ୟ ଲକ୍ଷ୍ୟର ୧୩୮ ପ୍ରତିଶତ। ସେହିପରି ଖରିଆର ଏନ୍‌ଏସିର ୩୫.୮୬ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା ବେଳେ ୪୮.୫୮ ଲକ୍ଷ ଟଙ୍କା ସଂଗ୍ରହ ହୋଇଛି, ଯାହା ଧାର୍ଯ୍ୟ ଲକ୍ଷ୍ୟର ୧୩୫ ପ୍ରତିଶତ। ଖରିଆର ରୋଡ୍‌ ଏନ୍‌ଏସି ମଧ୍ୟ ୬୨ ପ୍ରତିଶତ ଲକ୍ଷ୍ୟ ହାସଲ କରିଛି।
ବୈଠକରେ ନୂଆପଡା ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ଦୀପ କୁମାର ଚନ୍ଦ୍ରକାର, ଖଡିଆଳ ଏନ୍‌ଏସିର ସ୍ବାଧୀନ ମହାରଣାଙ୍କୁ ଜିଲାପାଳ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ଜିଲାପାଳ ଚଳିତ ଆର୍ଥିକ ବର୍ଷରେ ଅଧିକ ପ୍ରୟାସ କରି ଜିଲାର ସମ୍ମାନକୁ ଆହୁରି ବଢ଼ାଇବା ସମସ୍ତଙ୍କ ଲକ୍ଷ୍ୟ ହେବା ଉଚିତ ବୋଲି କହିଥିଲେ। ବୈଠକରେ ୩ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ସମେତ ନଗର ଉନ୍ନୟନ ଓ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri