ନୂଆପଡ଼ା ଜିଲାକୁ ଦାଦନମୁକ୍ତ କରାଯିବ: ମନ୍ତ୍ରୀ

ନୂଆପଡ଼ା,୧୮ା୭ (ମକାରୁ ବେମାଲ): ରାଜ୍ୟ ସରକାରଙ୍କ ଗ୍ରାମୀଣ ବିକାଶ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ୨୬୪ କୋଟି ଟଙ୍କାର ଭେଟି ଦେବା ସହ ଜିଲାକୁ ଦାଦନମୁକ୍ତ କରାଯିବ ବୋଲି ଘୋଷଣା କରିଛନ୍ତି। ମଧ୍ୟାହ୍ନରେ ମନ୍ତ୍ରୀ ନାୟକ ଭୁବନେଶ୍ୱରରୁ ରେଳ ଯୋଗେ ଆସି ନୂଆପଡ଼ାରେ ପହଞ୍ଚତ୍ଥିଲେ। ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ ସଭାରେ ମନ୍ତ୍ରୀ ଯୋଗଦେଇ ବିକଶିତ ଗାଁ ବିକଶିତ ଓଡିଶା ଯୋଜନାରେ ୧୩ କୋଟି ୯୯ ଲକ୍ଷ ଟଙ୍କାର ୩୪୬ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫ଟି ମେଗା ପାନୀୟ ଜଳ ପ୍ରକଳ୍ପରେ ୪ ବ୍ଲକର ୨୨୧ ଗଁାକୁ ହରଘର ଜଳ ଗାଁ ଭାବରେ ଘୋଷଣା କରିଥିଲେ। ଏହାପରେ ମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ ବିଭାଗର ୧୧୫.୩୪ କୋଟି ଟଙ୍କାର ୯ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫.୨୩ କୋଟି ଟଙ୍କା ବ୍ୟୟ ଅଟକଳରେ କାମପୁର-କନକପୁର ରାସ୍ତାର ସାହାଜନାଳା ଉପରେ ନିର୍ମିତ ସେତୁର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ମନ୍ତ୍ରୀ ନୂଆପଡାବାସୀଙ୍କୁ ସମ୍ବୋଧିତ କରି ଜିଲାର ଉନ୍ନତି କଳ୍ପେ ପାଣ୍ଠିର ଅଭାବ ରହିବ ନାହିଁ। ଜିଲାକୁ ଦାଦନମୁକ୍ତ କରିବା ପାଇଁ ପ୍ରସ୍ତାବ ରହିଛି। ଏଥିପାଇଁ ଡିପିଆର ପ୍ରସ୍ତୁତ କରାଯାଉଛି ା ବହୁତ ଶୀଘ୍ର ଜିଲାକୁ ଦାଦନମୁକ୍ତ କରାଯିବ ବୋଲି କହିଥିଲେ। ଏହି ସମୟରେ ଜିଲା ପରିଷଦ ଉପାଧ୍ୟକ୍ଷା ଦୀପିକା ଦୀପ, ନୂଆପଡ଼ା ସଦର ବ୍ଲକ ଅଧ୍ୟକ୍ଷା ତାରେଶ୍ୱରୀ ସାହୁ, କୋମନା ବ୍ଲକ ଅଧ୍ୟକ୍ଷା ଅନୁସୂୟା କୁମ୍ଭାର, ସିନାପାଲି ବ୍ଲକ ଅଧ୍ୟକ୍ଷା ମାଧୁରି ମାଝି, ବୋଡେନ ବ୍ଲକ ଅଧ୍ୟକ୍ଷା ପ୍ରେମଶିଳା ନାଗ, ଖରିଆର ରୋଡ ଏନ୍‌ଏସି ଅଧ୍ୟକ୍ଷା ସୋନିଆ ଜୈନ, କଲାହାଣ୍ଡି ଏମପି ପ୍ରତିନିଧି ପ୍ରେମ ଅଗ୍ରୱାଲ, ଜିଲାପାଳ ମଧୁସୂଦନ ଦାଶ, ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ। ନୂଆପଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କୁରୁକ୍ଷେତ୍ର ନାଏକ ସଭା ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri