ଫଳାଫଳ କାଉନ୍‌ଡାଉନ୍‌ ଆରମ୍ଭ: ରାତିପାହିଲେ ମିଳିବ ନୂଆ ନେତା

ନୂଆପଡ଼ା,୧୩ା୧୧(ମକାରୁ ବେମାଲ): ୧୯୫୧ଠାରୁ ୨୦୨୪ ପର୍ଯ୍ୟନ୍ତ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୮ ଜଣ ନେତାଙ୍କୁ ପରଖିଲେଣି ନୂଆପଡ଼ା ମତଦାତା। ଓଡ଼ିଶା ବିଧାନସଭା ନିର୍ବାଚନ ଆରମ୍ଭ ହେବାଠାରୁ ୨୦୨୪ ପର୍ଯ୍ୟନ୍ତ ଅନୁପ ସିଂଦେଓ, ଚୈତନ୍ୟ ମାଝି, ଜଗନ୍ନାଥ ପଟ୍ଟନାୟକ, ଓମ୍‌କାର ସିଂ ମାଝି, ଭାନୁ ପ୍ରତାପ ଜୋଷୀ, ଘାସିରାମ ମାଝି, ବସନ୍ତ କୁମାର ପଣ୍ଡା ଓ ରାଜେନ୍ଦ୍ର ଢୋଲକିଆଙ୍କ ଭଳି ବିଧାୟକମାନଙ୍କୁ ନୂଆପଡ଼ା ବିଧାନସଭାରେ ପ୍ରତିନିଧିତ୍ୱ କରିବା ପାଇଁ ଲୋକେ ସୁଯୋଗ ଦେଇଛନ୍ତି। ୨୦୨୫ ଉପନିର୍ବାଚନରେ ପୁଣି ଜଣେ ନୂଆ ଚେହେରାକୁ ବିଧାୟକ କରିବାକୁ ଯାଉଛନ୍ତି ନୂଆପଡ଼ା ଭୋଟର।

୧୯୬୧ରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଘାସିରାମ ମାଝି ସ୍ବାଧୀନ ଭାବେ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ସେହିପରି ୧୯୭୧ରେ ସେ ସ୍ବତନ୍ତ୍ର ପାର୍ଟି, ୧୯୭୭ରେ ଜନତା ଦଳରୁ ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ପରେ ୧୯୮୫, ୧୯୯୦ ଓ ୧୯୯୫ରେ କ୍ରମାଗତ ଭାବେ ସେ ବିଧାୟକ ଭାବରେ ବିଜୟୀ ହୋଇ ଓଡ଼ିଶା ସରକାରଙ୍କ ମନ୍ତ୍ରୀ ମଧ୍ୟ ରହିଥିଲେ। ୧୯୯୭ ଏପ୍ରିଲ ୨୩ରେ ମାଝିଙ୍କ ବିୟୋଗ ହେବାରୁ ନୂଆପଡ଼ା ଉପନିର୍ବାଚନ ହୋଇଥିଲା। ଏଥିରେ କଂଗ୍ରେସ ପ୍ରାର୍ଥୀ ଜଗନ୍ନାଥ ପଟ୍ଟନାୟକ ବିଜୟୀ ହୋଇଥିଲେ।

୨୦୨୪ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳରୁ ବିଜୟୀ ହୋଇଥିବା ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଗତ ୧୧ତାରିଖରେ ଏଠାରେ ଉପନିର୍ବାଚନ ହୋଇଛି। ଏଥିରେ ୩ ପ୍ରମୁଖ ଦଳ ସହ ମୋଟ ୧୪ ଜଣ ପ୍ରାର୍ଥୀ ହୋଇଛନ୍ତି। ଶୁକ୍ରବାର ଫଳାଫଳ ଘୋଷଣା ପରେ ନୂଆ ଚେହେରା କିଏ ତାହା ସ୍ପଷ୍ଟ ହେବ ବୋଲି ବୃଦ୍ଧିଜୀବୀ ମହଲରେ ଚର୍ଚ୍ଚା ଜୋର ଧରିଛି। ଅନ୍ୟପକ୍ଷେ ସମୁଦାୟ ୩୫୮ ବୁଥରେ ମତଦାନ ହୋଇଥିବା ବେଳେ ୨୬ ରାଉଣ୍ଡରେ ଭୋଟ ଗଣତି ହେବ ବୋଲି ନୂଆପଡ଼ା ଜିଲାପାଳ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri