Nuapada Bypolls: ଆଜି ପ୍ରଚାର କରିବେ ଓଡ଼ିଶା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଗୁରୁବାର ଉପନିର୍ବାଚନ ପ୍ରଚାର ପାଇଁ ନୂଆପଡା ଗସ୍ତରେ ଯାଉଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରଖି ଭାଜପା ପ୍ରାର୍ଥୀଙ୍କ ସପକ୍ଷରେ ଜନମତ ନେବାକୁ ଦଳ ଚିନ୍ତା କରିଛି। ମୋହନ ମାଝୀଙ୍କ କାର୍ଯ୍ୟକ୍ରମ କୋମନା ବ୍ଲକରେ ଥିବାବେଳେ ବିଷ୍ଣୁଦେବ ନୂଆପଡା ବ୍ଲକରେ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀ କୋମନା ସ୍ଥିତ ଉଦ୍ୟାନବନ୍ଧ ଠାରେ ପହଞ୍ଚି ସେଠାରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ସେହି ବ୍ଲକରେ ସେ ରୋଡ୍‌ ଶୋ କରି ଗୋଟିଏ ସ୍ଥାନରେ ଜନସାଧାରଣଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଛତିଶଗଡ ମୁଖ୍ୟମନ୍ତ୍ରୀ ନୂଆପଡା ବ୍ଲକର ପଞ୍ଚମପୁର ଠାରେ ଆୟୋଜିତ ସାଧାରଣ ସଭାରେ ପ୍ରଚାର କରିବେ ବୋଲି ଜଣାପଡିଛି। ନୂଆପଡା ନିର୍ବାଚନମଣ୍ଡଳୀ ଛତିଶଗଡ଼ ରାଜ୍ୟର ସୀମାନ୍ତବର୍ତ୍ତୀ ଅଞ୍ଚଳ ଅଟେ। ଏହି ଅଞ୍ଚଳର ଅଧିକାଂଶ ଲୋକ ଛତିଶଗଡ ଉପରେ ନିର୍ଭରଶୀଳ ଅଟନ୍ତି। ତେଣୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଦ୍ୱାରା ନୂଆପଡା ଭୋଟରଙ୍କ ଉପରେ ପ୍ରଭାବ ପଡିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri