Nuapada Bypolls: ଆଜି ପ୍ରଚାର କରିବେ ଓଡ଼ିଶା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୬।୧୧(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଗୁରୁବାର ଉପନିର୍ବାଚନ ପ୍ରଚାର ପାଇଁ ନୂଆପଡା ଗସ୍ତରେ ଯାଉଛନ୍ତି। ଦୁଇ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରଖି ଭାଜପା ପ୍ରାର୍ଥୀଙ୍କ ସପକ୍ଷରେ ଜନମତ ନେବାକୁ ଦଳ ଚିନ୍ତା କରିଛି। ମୋହନ ମାଝୀଙ୍କ କାର୍ଯ୍ୟକ୍ରମ କୋମନା ବ୍ଲକରେ ଥିବାବେଳେ ବିଷ୍ଣୁଦେବ ନୂଆପଡା ବ୍ଲକରେ ପ୍ରଚାର କରିବେ। ମୁଖ୍ୟମନ୍ତ୍ରୀ କୋମନା ସ୍ଥିତ ଉଦ୍ୟାନବନ୍ଧ ଠାରେ ପହଞ୍ଚି ସେଠାରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ସେହି ବ୍ଲକରେ ସେ ରୋଡ୍‌ ଶୋ କରି ଗୋଟିଏ ସ୍ଥାନରେ ଜନସାଧାରଣଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଛତିଶଗଡ ମୁଖ୍ୟମନ୍ତ୍ରୀ ନୂଆପଡା ବ୍ଲକର ପଞ୍ଚମପୁର ଠାରେ ଆୟୋଜିତ ସାଧାରଣ ସଭାରେ ପ୍ରଚାର କରିବେ ବୋଲି ଜଣାପଡିଛି। ନୂଆପଡା ନିର୍ବାଚନମଣ୍ଡଳୀ ଛତିଶଗଡ଼ ରାଜ୍ୟର ସୀମାନ୍ତବର୍ତ୍ତୀ ଅଞ୍ଚଳ ଅଟେ। ଏହି ଅଞ୍ଚଳର ଅଧିକାଂଶ ଲୋକ ଛତିଶଗଡ ଉପରେ ନିର୍ଭରଶୀଳ ଅଟନ୍ତି। ତେଣୁ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର ଦ୍ୱାରା ନୂଆପଡା ଭୋଟରଙ୍କ ଉପରେ ପ୍ରଭାବ ପଡିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?