ହାରିବା ପରେ ଘାସିରାମ କହିଦେଲେ ଏମିତି: ପୁରା ରାଜନୀତିିରେ ହଲଚଲ

ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଅର୍ଥବଳ ନ ହେବାରୁ ଦ୍ୱିତୀୟ ସ୍ଥାନରେ ରହିଲୁ ବୋଲି କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଘାସିରାମ ମାଝୀ କହିଛନ୍ତି। ମଙ୍ଗଳବାର ଜିଲା କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଘାସିରାମ କହିଛନ୍ତି, ମୁଁ ହାରିଥିଲେ ମଧ୍ୟ ବିଜୟ ହୋଇଛି ବୋଲି ମନେ କରୁଛି। ହେବିୱେଟ ନେତା ଆସି ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଥିଲା। ବିହାର ନିର୍ବାଚନ ପାଇଁ ସମୟ ଦେଇପାରିଲେ ନାହିଁ। ରାଜ୍ୟର ପୂର୍ବତନ ମନ୍ତ୍ରୀ, ବିଧାୟକ ଓ ବର୍ତ୍ତମାନର ଏମ୍‌ପି, ବିଧାୟକ ସହ ପଡୋଶୀ ରାଜ୍ୟ ଛତିଶଗଡର ମନ୍ତ୍ରୀ, ବିଧାୟକ ଓ ନେତାମାନେ ଆସି କଂଗ୍ରେସ ଦଳ ପାଇଁ ପ୍ରଚାର କରିଥିଲେ। ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ନିର୍ବାଚନ ପ୍ରଥମରୁ ଶେଷ ଯାଏ ପ୍ରୟାସ କରିଛନ୍ତି। ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଜଗନ୍ନାଥ ପଟ୍ଟାନାୟକ ପ୍ରମୁଖ ଆସି ଅକ୍ଲାନ୍ତ ପରିଶ୍ରମ କରିଥିଲେ। ଆମର ଭଲ ପ୍ରଦର୍ଶନ ରହିଥିଲା। ଲୋକେ କଂଗ୍ରେସକୁ ସମର୍ଥନ ମଧ୍ୟ ଦେଉଥିଲେ। ବାହୁବଳ ରହିଛି, ଅର୍ଥବଳ ନ ହେବାରୁ ଦ୍ୱିତୀୟ ସ୍ଥାନରେ ରହିଗଲୁ। ଆଗାମୀ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରୁଛି। ନୂଆପଡାବାସୀ କଂଗ୍ରେସ ଦଳ ସହିତ ରହି ସମର୍ଥନ ଦେଇଥିବାରୁ ଧନ୍ୟବାଦ ଜ୍ଞାପନ କରୁଛି ବୋଲି ମାଝୀ କହିଥିଲେ। ଏହି ସମୟରେ ଭକ୍ତରାମ ଶବର, ଈଶାକ ମହମ୍ମଦ, ପବନ ଶର୍ମା, ହରି ମାଝି, ଶାହରୁଖ ଖାନ, ଉମାକାନ୍ତ ବନଛୋର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଏକ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

ଆଉ ୫ ଘଣ୍ଟା ପରେ ୪ ରାଶିରେ ଅତ୍ୟନ୍ତ ଶୁଭ ସମୟ, ହଠାତ ମିଳିବ ଖୁସି ଖବର, ୨୩ ଭିତରେ ମିଳିଯିବ…

ମଙ୍ଗଳ ଗୋଚର ଫଳରେ ବହୁ ରାଶିର ବ୍ୟକ୍ତି ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ । ମଙ୍ଗଳ ଗ୍ରହଙ୍କ ମକର ରାଶିରେ ଗୋଚର ଅନେକ ଦୃଷ୍ଟିକୋଣରୁ ବେଶ୍‌...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ମାଳତୀଙ୍କୁ ଆଜି ବି ମନେପକାନ୍ତି ସିମନବାଡି ପଞ୍ଚାୟତବାସୀ: ଲୋକଙ୍କ ପାଇଁ କାମ କରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୨୦।୧(ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତର ପୂର୍ବତନ ସରପଞ୍ଚ ସ୍ବର୍ଗତ ମାଳତୀ ସାହୁଙ୍କୁ ଆଜିବି ମନେପକାନ୍ତି ପଞ୍ଚାୟତବାସୀ। ମଙ୍ଗଳବାର ପଞ୍ଚାୟତରେ  ତାଙ୍କର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri