ହାରିବା ପରେ ଘାସିରାମ କହିଦେଲେ ଏମିତି: ପୁରା ରାଜନୀତିିରେ ହଲଚଲ

ନୂଆପଡ଼ା,୧୯ା୧୧ (ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଅର୍ଥବଳ ନ ହେବାରୁ ଦ୍ୱିତୀୟ ସ୍ଥାନରେ ରହିଲୁ ବୋଲି କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଘାସିରାମ ମାଝୀ କହିଛନ୍ତି। ମଙ୍ଗଳବାର ଜିଲା କଂଗ୍ରେସ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଘାସିରାମ କହିଛନ୍ତି, ମୁଁ ହାରିଥିଲେ ମଧ୍ୟ ବିଜୟ ହୋଇଛି ବୋଲି ମନେ କରୁଛି। ହେବିୱେଟ ନେତା ଆସି ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଥିଲା। ବିହାର ନିର୍ବାଚନ ପାଇଁ ସମୟ ଦେଇପାରିଲେ ନାହିଁ। ରାଜ୍ୟର ପୂର୍ବତନ ମନ୍ତ୍ରୀ, ବିଧାୟକ ଓ ବର୍ତ୍ତମାନର ଏମ୍‌ପି, ବିଧାୟକ ସହ ପଡୋଶୀ ରାଜ୍ୟ ଛତିଶଗଡର ମନ୍ତ୍ରୀ, ବିଧାୟକ ଓ ନେତାମାନେ ଆସି କଂଗ୍ରେସ ଦଳ ପାଇଁ ପ୍ରଚାର କରିଥିଲେ। ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ନିର୍ବାଚନ ପ୍ରଥମରୁ ଶେଷ ଯାଏ ପ୍ରୟାସ କରିଛନ୍ତି। ବରିଷ୍ଠ ନେତା ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ଜଗନ୍ନାଥ ପଟ୍ଟାନାୟକ ପ୍ରମୁଖ ଆସି ଅକ୍ଲାନ୍ତ ପରିଶ୍ରମ କରିଥିଲେ। ଆମର ଭଲ ପ୍ରଦର୍ଶନ ରହିଥିଲା। ଲୋକେ କଂଗ୍ରେସକୁ ସମର୍ଥନ ମଧ୍ୟ ଦେଉଥିଲେ। ବାହୁବଳ ରହିଛି, ଅର୍ଥବଳ ନ ହେବାରୁ ଦ୍ୱିତୀୟ ସ୍ଥାନରେ ରହିଗଲୁ। ଆଗାମୀ ପଞ୍ଚାୟତ ନିର୍ବାଚନ ଓ ୨୦୨୯ ସାଧାରଣ ନିର୍ବାଚନରେ ଦଳ ଭଲ ପ୍ରଦର୍ଶନ କରିବ ବୋଲି ଆଶା କରୁଛି। ନୂଆପଡାବାସୀ କଂଗ୍ରେସ ଦଳ ସହିତ ରହି ସମର୍ଥନ ଦେଇଥିବାରୁ ଧନ୍ୟବାଦ ଜ୍ଞାପନ କରୁଛି ବୋଲି ମାଝୀ କହିଥିଲେ। ଏହି ସମୟରେ ଭକ୍ତରାମ ଶବର, ଈଶାକ ମହମ୍ମଦ, ପବନ ଶର୍ମା, ହରି ମାଝି, ଶାହରୁଖ ଖାନ, ଉମାକାନ୍ତ ବନଛୋର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri